ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ବିଲରୁ ମିଳିଲା ପୂର୍ଣ୍ଣଚନ୍ଦ୍ରଙ୍କ ମୃତଦେହ, ହତ୍ୟା ସନ୍ଦେହ

17/10/2022 at 1:35 PM

ଉଦଳା ୧୭।୧୦ :  ବିଲରୁ ମିଳିଲା ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ ।  ମୃତକଙ୍କ ନାମ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ ବୋଲି ଜଣାପଡିଛି । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଏନ୍‌ଏସିର ୮ ନମ୍ବର ଓ୍ୱାର୍ଡରେ ଘଟିଛି ଏଭଳି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ସୋମବାର ସକାଳରୁ ଗାଁର ଥିବା ଏକ ବିଲ ପାଖରେ ମୃତଦେହ ପଡିଥିବାର ସ୍ଥାନୀୟଲୋକେ ଦେଖିଥିଲେ । ଉଲଗ୍ନ ଅବସ୍ଥାରେ ପଡିଥିବା ବେଳେ ତାଙ୍କ ଛାତି ଏବଂ ବେକରେ ଗଭୀର ଆଘାତର କ୍ଷତ ଚିହ୍ନ ରହିଛି । କୌଣସି ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରାଯାଇଥିବା ସନ୍ଦେହ କରାଯାଉଛି ।  ସୋମବାର ବିଲକୁ ଯାଉଛି କହି ଘରୁ ଆସିଥିଲେ । ତେବେ କିଭଳି ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା , ତାହା ଏବେ ତଦନ୍ତ ସାପେକ୍ଷ ।

ସେପଟେ ପାରିପାର୍ଶ୍ୱିକ ପରିସ୍ଥିତିରୁ ଏହା ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି । କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା ତାହା ପୋଲିସ ଖୋଳତାଡ଼ କରୁଛି । କୌଣସି କାରଣରୁ ତାଙ୍କୁ ହତ୍ୟା କରାଯାଇଛି ନା ଏହା କୌଣସି ଦୁର୍ଘଟଣା ତାହା ଏବେ ବି ସନ୍ଦେହ ଘେରରେ ରହିଛି ।

   Related Posts