oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ରାଜ୍ୟରେ ଆହୁରି ବଢିବ କୋଭିଡ୍ ସଂକ୍ରମଣ, ଆସନ୍ତା ୧୦ରୁ ବୁଷ୍ଟର ଡୋଜ୍ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

6/01/2022 at 11:05 AM

ଭୁବନେଶ୍ବର ୬।୧: ସବୁ ଜିଲ୍ଲାରେ ଓମିକ୍ରନ୍ ଉପସ୍ଥିତି ଦେଖାଦେଲାଣି । ସଂକ୍ରମଣ ଆଗକୁ ଆହୁରି ବଢ଼ିବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି । ଅନ୍ୟ ରାଜ୍ୟରେ ଯେଉଁଭଳି ସଂକ୍ରଣ ବଢ଼ୁଛି, ଆମ ରାଜ୍ୟରେ ବି ବଢ଼ିବ । ବର୍ତ୍ତମାନ ସୁଦ୍ଧା ଆମ ରାଜ୍ୟରେ ସିଭିୟରିଟି ନାହିଁ, ଯଦି ବଢ଼ିବ ସେଥିଲାଗି ସରକାରଙ୍କ ପକ୍ଷରୁ ସବୁ ବ୍ୟବସ୍ଥା କରାଯାଇଛି । ଟିକାକରଣ, ସର୍ଭେଲାନ୍ସ ଜାରି ରହିଛି । ଏବେ ରାଜ୍ୟରେ ଆଇସିୟୁ ଲୋଡ୍ ବହୁତ କମ୍ ରହିଛି । ଆଇସିୟୁ ବେଡ୍ ବଢାଇବାକୁ ମଧ୍ୟ ବ୍ୟବସ୍ଥା କରାଯାଉଛି । ଖୋର୍ଦ୍ଧା, ସୁନ୍ଦରଗଡ଼, ସମ୍ବଲପୁର ଓ ବାଲେଶ୍ୱରରେ ସଂକ୍ରମଣ ଅଧିକ ରହିଛି । ସେସବୁ ଜିଲ୍ଲା ଉପରେ ସରକାରଙ୍କ ନଜର ରହିଛି । ଲୋକମାନେ ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ, କୌଣସି ସ୍ଥାନରେ ଭିଡ଼ କରନ୍ତୁ ନାହିଁ ।

ଆସନ୍ତା ୧୦ତାରିଖରୁ ବୟସ୍କ, ସ୍ୱାସ୍ଥ୍ୟକର୍ମୀଙ୍କ ଲାଗି ବୁଷ୍ଟର ଡୋଡ୍ ଆରମ୍ଭ ହେବ । କେନ୍ଦ୍ର ନିଷ୍ପତ୍ତି ଅନୁସାରେ ଯିଏ ଯେଉଁ ଟିକା ନେଇଛନ୍ତି, ସେହି ଟିକା ହିଁ ନେବେ । ICMR ତରଫରୁ ଓମିକ୍ରନ୍ ଚିହ୍ନଟ ଲାଗି କିଛି ଦିନ ତଳେ ନୂଆ କିଟ୍ ବ୍ୟବହାର ନେଇ ଅନୁମୋଦନ ଆସିଛି । ଏହି କିଟ୍ ଆଣିବାକୁ ରାଜ୍ୟ ସରକାର କାର୍ଯ୍ୟପନ୍ଥା ଆରମ୍ଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୯୭୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୫୫୧୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୮୯୪୦୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts