scan steel
web-baneer-728x90
WhatsApp Image 2023-12-06 at 12.52.17
krs-300-250-banner english-1
krs-728-90-banner english-2
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ରାଜ୍ୟରେ ଯେଉଁ ସଂକ୍ରମିତ ଚିହ୍ନଟ ହେଉଛନ୍ତି, ସବୁ ଓମିକ୍ରନ୍ ଭାରିଆଣ୍ଟର : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

21/06/2022 at 11:57 AM

ଭୁବନେଶ୍ବର : ରାଜ୍ୟରେ କୋଭିଡ୍ ସଂକ୍ରମଣ ଲଗାତାର ଉପର ମୁହାଁ ହେଉଥିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ରାଜ୍ୟରେ ଆଜିଠୁ ଇଣ୍ଟିଗ୍ରେଟେଡ଼ ସର୍ଭିଲାନ୍ସ ଆରମ୍ଭ ହୋଇଛି । କୋଭିଡ୍ ସଂକ୍ରମଣ ସହ ଟିବି, ଫାଇଲେରିଆ, ମ୍ୟାଲେରିଆ, ଡ଼ାଇରିଆ, ଡେଙ୍ଗୁ ଭଳି ରୋଗ ଚିହ୍ନଟ ପାଇଁ ଡୋର୍ ଟୁ ଡୋର୍ ସର୍ଭିଲାନ୍ସ କରାଯାଉଛି ।

ଗତ ୧୫ ଦିନରେ ରାଜ୍ୟରେ ସଂକ୍ରମଣ ସିଙ୍ଗଲ ଡିଜିଜ୍‌ରେ ରହୁଥିଲା । ଏବେ ତାହା ବଢିବା ଆରମ୍ଭ କରିଛି । କିନ୍ତୁ ତାହା ଏତେ ଅଧିକ ନୁହେଁ । ହସ୍ପିଟାଲାଇଜେସନ୍ ବଢି ନାହିଁ । ତଥାପି ଇଣ୍ଟିଗ୍ରେଟେଡ଼ ସର୍ଭିଲାନ୍ସ କରି କେଉଁଠି ଅଧିକ ସଂକ୍ରମଣ ବଢୁଛି ତାହାର ତଥ୍ୟକୁ ଅନୁଧ୍ୟାନ କରିବୁ । ଏହା ବାଦ୍ ଲୋକମାନଙ୍କୁ ଅପିଲ କରୁଛୁ ସମସ୍ତେ ଟିକା ନିଅନ୍ତୁ । ବର୍ତ୍ତମାନ ରାଜ୍ୟରେ ଯେଉଁ ସଂକ୍ରମିତ ଚିହ୍ନଟ ହେଉଛନ୍ତି ସବୁ ଓମିକ୍ରନ୍ ଭାରିଆଣ୍ଟର ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

   Related Posts