ଆଜିଠୁ ବଢିବ ଖରା, ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ଘନ କୁହୁଡି

Published By : Prameya-News7 Bureau | February 18, 2020 IST

ଭୁବନେଶ୍ବର ୧୮।୨: ଆଜିଠୁ ଖରା ବଢିବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଉପକୂଳ ଓଡିଶାରେ ଘନ କୁହୁଡି ଜାରି ରହିବ । ରାତିର ସର୍ବନିମ୍ନ ତାପମାତ୍ରା ଧୀରେ ଧୀରେ ବଢିବ । କେଉଁଠି ୨ ଡିଗ୍ରୀ ବଢିବ ତ ଆଉ କେଉଁଠି ୫ ଡିଗ୍ରି ବୃଦ୍ଧି ପାଇବ । ପାରାଦୀପ, ଗୋପାଳପୁର, ଛତ୍ରପୁର, ରାୟଗଡାରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରି ଉପରେ ରହୁଛି ।

ସେହିପରି ଆଜିଠାରୁ ଶୀତ କମିବା ସହ ଓଡିଶାର ବିଭିନ୍ନ ସହରରେ ଦିନର ତାପମାତ୍ରା ବଢିବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଉପକୂଳ ଓଡିଶାରେ ଘନ କୁହୁଡି ଜାରି ରହିବ । ୨୦୦ ମିଟରରୁ ଅଧିକ ରାସ୍ତା ଦୃଶ୍ୟମାନ ହେବ ନାହିଁ ।

ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କନ୍ଧମାଳ, ଅନୁଗୋଳ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ଏଭଳି ସ୍ଥିତି ସୃଷ୍ଟି ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜି ସକାଳୁ ରାଜଧାନୀରେ ମଧ୍ୟ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.