LIVE TV

୨୮ ଓ ୨୯ରେ ଓଡ଼ିଶାରେ ବେଶୀ ପ୍ରଭାବ, ୬୦ରୁ ୭୦ କି.ମି. ପର୍ଯ୍ୟନ୍ତ ବହିପାରେ ପବନ

NEWS7
heavy-fines-for-violation-traffic-rules-from-today

ଭୁବନେଶ୍ବର ୧୦: ଆସୁଛି ବାତ୍ୟା ‘ମୋନ୍ଥା’ବଙ୍ଗୋପସାଗରରେ ଘନୀଭୂତ ହେଉଛି ଅବପାତ କିଛି ଘଣ୍ଟାରେ ବାତ୍ୟାରେ ପରିଣତ ହେବ ଗଭୀର ଅବପାତ ୨୮ ତାରିଖ ସନ୍ଧ୍ୟାରୁ ରାତି ମଧ୍ୟରେ ‘ମୋନ୍ଥା’ ଛୁଇଁବ ଆନ୍ଧ୍ର ଉପକୂଳ ମଛଲିପଟନମ୍‌ରୁ କଳିଙ୍ଗପଟନମ୍ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ କାକିନାଡ଼ାର ସାମାନ୍ୟ ଉତ୍ତରରେ ଲ୍ୟାଣ୍ଡଫଲ୍ ବେଳେ ପବନ ବେଗ ୯୦ରୁ ୧୦୦ କିଲୋମିଟର ରହିବ ତେବେ ସମ୍ଭାବ୍ୟ ‘ମୋନ୍ଥା ଓଡ଼ିଶାରେ ମାଡ଼ ହେବନି ରାଜ୍ୟରେ ବଡ଼ କ୍ଷତି ମଧ୍ୟ  ପହଞ୍ଚାଇବ ନାହିଁ ତଥାପି ଦକ୍ଷିଣ ଓ ଉପକୂଳ ଓଡ଼ିଶା ବେଶୀ ପ୍ରଭାବିତ ହୋଇପାରେ ୨୭ରୁ ରାଜ୍ୟରେ ବର୍ଷା ବଢ଼ିବ ୨୮ ଓ ୨୯ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି ମାଲକାନଗରି ଓ କୋରାପୁଟ ସୀମାରୁ କାକିନାଡ଼ା ପ୍ରାୟ ୨୦୦ କିଲୋମିଟର ଦକ୍ଷିଣ ପୂର୍ବରେ ରହିଛି ୨୮ ରାତିରେ ଆନ୍ଧ୍ର ଅତିକ୍ରମ ପରେ ୨୯ ତାରିଖ ସକାଳେ ମାଲକାନଗିରି ଦେଇ ଓଡ଼ିଶାକୁ ପ୍ରବେଶ କରିପାରେ ସେତେବେଳକୁ ଏହା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରୁ ସାଇକ୍ଲୋନିକ୍ ଷ୍ଟର୍ମକୁ ହ୍ରାସ ପାଇ ସାରିଥିବ ଏଥିପାଇଁ ୨୮ ଓ ୨୯ ତାରିଖରେ ଦକ୍ଷିଣ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ଦକ୍ଷିଣ ଓଡ଼ିଶାରେ ୬୦ରୁ ୭୦ କି.ମି. ପର୍ଯ୍ୟନ୍ତ ପବନ ବହିବ

ଏପଟେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶାରେ ବିଶେଷ ନଥିଲେ ମଧ୍ୟ ମୁକାବିଲା ପାଇଁ ସଂପୂର୍ଣ୍ଣ ରହିଛନ୍ତି ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ନିଜେ ତଦାରଖ କରୁଛନ୍ତି । ସବୁ ଅଧିକାରୀଙ୍କୁ ଆଲର୍ଟରେ ରଖାଯାଇଛି । ଜଳବନ୍ଦୀ ପଏଣ୍ଟକୁ ନଜରରେ ରଖାଯାଇଛି । ନିରବଚ୍ଛିନ୍ନ ବିଦ୍ୟୁତ ଓ ଜେନେରେଟର ବ୍ୟବସ୍ଥା ମଧ୍ୟ କରାଯାଇଛି । ସେହିପରି ଆଶ୍ରୟସ୍ଥଳୀରେ ରନ୍ଧା ଖାଦ୍ୟ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ଅଙ୍ଗନବାଡି ବନ୍ଦ ରଖିବା ସହିତ ଗର୍ଭବତୀ ମହିଳାଙ୍କୁ ମେଡିକାଲକୁ ଆଣିବାକୁ ଅଙ୍ଗନବାଡି କର୍ମୀ ଓ ଆଶା କର୍ମୀମାନଙ୍କ ଦାୟିତ୍ବ ଦିଆଯାଇଛି । ଏହା ସହିତ ୧୪ଟି ଜିଲ୍ଲାର ଜଳ ସମ୍ପଦ ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଗଜପତି ଜିଲ୍ଲାର ହରଭଙ୍ଗୀ ଜଳଭଣ୍ଡାର ଓ ରାୟଗଡା ଜିଲ୍ଲାର ବଡ଼ନଳାର ଜଳଧାରଣକୁ ଖସାଇ ୯୦%କୁ ଅଣାଯାଇଛି । ଆବଶ୍ୟକ ପଡିଲେ ଆହୁରି ଖାଲି କରାଯିବ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇଛନ୍ତି ।

ବାତ୍ୟା ପାଇଁ ରାଜ୍ୟର ସମସ୍ତ ବନ୍ଦରକୁ ଡିସି ୧ ସତର୍କ ସୂଚନା ଜାରି କରାଯାଇଛି । ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ ମଧ୍ୟ ସରକାରଙ୍କ ପକ୍ଷରୁ ବାରଣ କରାଯାଇଛି ।