୨୬ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗର ଆଲର୍ଟ

Published By : Prameya-News7 Bureau | September 23, 2024 IST

ଭୁବନେଶ୍ୱର୨୩।୦୯ : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାରର ଦକ୍ଷିଣ ଉପକୂଳ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ   ପଶ୍ଚିମ-ଉତ୍ତର ଦିଗରେ ଗତି କରୁଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି  ହୋଇପାରେ । ଏହା ପ୍ରଭାବରେ ୨୬  ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା  ହେବ । ପାଣିପାଗ ବିଭାଗ ଏଭଳି  ପୂର୍ବାନୁମାନ କରିଛି । 

୨୩ ତାରିଖରେ କେନ୍ଦ୍ରାପଡ଼ା,  ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ   ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୪ରେ   ଗଞ୍ଜାମ, ଗଜପତି, କନ୍ଧମାଳ,  ରାୟଗଡ଼ା, କୋରାପୁଟ, ମାଲକାନଗିରି,  କଳାହାଣ୍ଡି ଓ ନବରଙ୍ଗପୁରରେ ୭୦ରୁ ୧୧୦ ମିମି ବର୍ଷା ହୋଇପାରେ । 

୨୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା,  ବଲାଙ୍ଗିର ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨୬ରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ରବିବାର ବୌଦ୍ଧରେ  ସର୍ବାଧିକ ୬୪.୪ମିମି ବର୍ଷା ହୋଇଛି । ଭୁବନେଶ୍ୱରରେ ୧୫.୨ ଓ ନୂଆପଡ଼ାରେ ୧୪.୪ମିମି ବର୍ଷା ହୋଇଛି ।

  • Weather
  • Weather Forecast
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.