ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଅଧାରୁ ଅଧିକ ଜିଲ୍ଲାକୁ ଆଲର୍ଟ

Published By : Prameya-News7 Bureau | August 06, 2025 IST

ଭୁବନେଶ୍ୱର ୦୬।୦୮: ୬ ଓ ୭ ତାରିଖରେ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ। ୬ରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ।   ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି। ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ୬ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼  ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । 

୭ ତାରିଖରେ  କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜରେ  ଭାରୀ ବର୍ଷା ହୋଇପାରେ । ୮ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ  ବର୍ଷା ସମ୍ଭାବନା ଅଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୯ ତାରିଖରେ ବି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ ଅଛି। ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ବା ଏହାର ଦକ୍ଷିଣରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ୨୪ରୁ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେବ। ଏହା ବର୍ଷା କରାଇବ। କେନ୍ଦ୍ରୀୟ  ଓଡ଼ିଶା ଓ ଦକ୍ଷିଣ ଉପକୂଳରେ ମଧ୍ୟମ  ପରିମାଣର ବର୍ଷା ହୋଇପାରେ। ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଦକ୍ଷିଣ  ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଅଛି। 

 

  • Weather
  • Weather Forecast
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.