ଭୁବନେଶ୍ୱର ୨୨।୦୭ : ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଏହା ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରିଛି।
୨୩ରୁ ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୩ରେ କଟକ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ଆଶଙ୍କା ଅଛି ।
୨୫ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ଦେବଗଡ଼, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ହୋଇପାରେ । ୨୬ ତାରିଖରେ ମଧ୍ୟ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି ।
ସୋମବାର କଟକରେ ୧୫.୨ ମିମି ବର୍ଷା ହୋଇଛି । ଭୁବନେଶ୍ୱରରେ ୯.୫ ଓ ମାଲକାନଗିରିରେ ୩.୨, ଭଦ୍ରକରେ ୩ମିମି ବର୍ଷା ରେକର୍ଡ ହୋଇଛି ।