News7 Logo

ଲଘୁଚାପ ପ୍ରଭାବ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ

NEWS7
Weather_2

ଭୁବନେଶ୍ୱର ୧୩।୦୯ : ପଶ୍ଚିମ କେନ୍ଦ୍ରୀୟ ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ  ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା  ଧୀରେ ଧୀରେ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଓ  ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଆଡ଼କୁ ଗତି କରିବ। ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଶନିବାର କୋରାପୁଟମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିର ଅନେକ ସ୍ଥାନରେ ଅଧିକ ବର୍ଷା ଆଶଙ୍କା ଅଛି । ଉପକୂଳ  ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ରବିବାର ଉପକୂଳ  ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ  ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୧୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ାସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ  ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ରାୟଗଡ଼ାରେ ୪୧.୪ ମିମି ବର୍ଷା ରେକର୍ଡ  ହୋଇଛି । ନୟାଗଡ଼ରେ ୩୩.୨, କୋରାପୁଟରେ  ୨୦.୪, ଝାରସୁଗୁଡ଼ାରେ ୧୮.୪, କଟକରେ ୧୨.୪ ଓ  ଗୋପାଳପୁରରେ ୧୦.୯ ମିମି ବର୍ଷା ରେକର୍ଡ ହୋଇଛି ।