ଭୁବନେଶ୍ୱର ୨୩।୦୬ : ଆସନ୍ତା ୨୫ ତାରିଖରେ ବଙ୍ଗୋପାସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।
ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଭଦ୍ରକ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟରେ ବର୍ଷା ସମ୍ଭାବନା ଅଛି । ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ ।
୨୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରର ଗୋଟିଏ ବା ଦୁଇଟି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ୨୫ ତାରିଖରେ ୫ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହୋଇପାରେ ।
୨୬ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ରହିଛି। ସେହିଭଳି ଉପକୂଳ ଓ ଆଭ୍ୟନ୍ତୀରଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି