ପ୍ରବଳ ବର୍ଷାରେ ପ୍ରଭାବିତ ହେବ ପଶ୍ଚିମ ଓଡ଼ିଶା, ଟ୍ୱିନ ସିଟିରେ ସହରୀ ବନ୍ୟା ଆଶଙ୍କା

Published By : Prameya-News7 Bureau | August 13, 2022 IST

ଭୁବନେଶ୍ୱର ୧୩/୦୮: ୧୩ରେ ଉପକୂଳ ଓଡିଶା ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ୧୪ରେ ଆଭ୍ୟନ୍ତରୀଣ ସହ ପଶ୍ଚିମ ଓଡିଶା ପ୍ରଭାବିତ ହେବା ସମ୍ଭାବନା । ଅତି ପ୍ରବଳ ତଥା ଅତ୍ୟନ୍ତ ପ୍ରବଳ ବର୍ଷା ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବ ।

ସହରୀ ବନ୍ୟା ପରିସ୍ଥିତି ଉପୁଜିବା ତଥା ଅଣ୍ଡର-ପାସ ରୋଡ଼ରେ ପାଣି ଜମିବା ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହେବା ସମ୍ଭାବନା । ଓଡିଶା ଉପକୂଳ ଏବଂ ତାର ଆଖ-ପାଖ ଅଞ୍ଚଳରେ ଝଡ ପବନ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ସହ ସର୍ବାଧିକ ୬୫ କିମି ଯାଏଁ ରହିବା ସହ ସମୁଦ୍ର ଅତ୍ୟଧିକ ଅଶାନ୍ତ ରହିବ । ସେଥିପାଇଁ ମତ୍ସ୍ୟଜୀବୀଙ୍କୁ ୧୫ ଯାଏଁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଲଘୁଚାପ ପ୍ରଭାବରେ ଟ୍ୱିନ୍ ସିଟିରେ ଦିନ ତମାମ ବର୍ଷା ଲାଗି ରହିବ। ପ୍ରବଳ ବର୍ଷା ଯୋଗୁଁ ଟ୍ୱିନ୍ ସିଟିରେ ସହରୀ ବନ୍ୟାର ଆଶଙ୍କା ରହିଛି । ଫଳରେ ଟ୍ରାଫିକ୍ ସମସ୍ୟା ଓ ଯାତାୟାତରେ ମଧ୍ୟ ବାଧା ସୃଷ୍ଟି ହେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.