କାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ : ରାଜ୍ୟରେ ହେବ ପ୍ରବଳ ବର୍ଷା

Published By : Prameya-News7 Bureau | August 11, 2019 IST

ଭୁବନେଶ୍ବର ୧୧|୮: ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଫଳରେ ୧୪ ତାରିଖ ଯାଏଁ ଲଘୁଚାପଜନିତ ବର୍ଷା ଲାଗି ରହିବ । ବିଶେଷ କରି ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ହେବ ।

ଆଜି ମୟୁରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ନବରଙ୍ଗପୁର, ବଲାଙ୍ଗିର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୧୨ରୁ ୧୪ ତାରିଖ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ସାଧାରଣ ବର୍ଷାଠାରୁ ୧୧ ପ୍ରତିଶତ କମ୍ ବର୍ଷା ହୋଇଛି । ବାଲେଶ୍ବରରେ ୪୫ ପ୍ରତିଶତ କମ୍ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.