previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୫୬୧ କରୋନା ପଜିଟିଭ୍
  • ||
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି :୨୯ ଓ ୩୦ତାରିଖ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି

28/07/2019 at 10:05 AM

ଭୁବନେଶ୍ବର ୨୮/୭: ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଭାଗ ଓ ଏହାର ଆଖପାଖ ଅଂଚଳରେ ଜୁଲାଇ ୩୧ ପୂର୍ବରୁ ପୁଣି ଲଘୁଚାପ ସୃଷ୍ଟି ହୋଇପାରେ। ଫଳରେ  ଆଗାମୀ ସପ୍ତାହରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା  ପୂର୍ବାନୁମାନ କରାଯାଇଛି।  ଭୁବନେଶ୍ୱରସ୍ଥିତ ଆଂଳଚିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। 

ଆଜି  କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବରଗଡ଼, କଳାହାଣ୍ଡି ଓ କୋରାପୁଟରେ ବଜ୍ରପାତ ଓ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ସେହିପରି ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଝାରସୁଗୁଡ଼ା, ଅନୁଗୁଳ, କଟକ, ପୁରୀ, ଖୋର୍ଦ୍ଧା, ଗଂଜାମ ଓ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ଅନୁମାନ କରାଯାଉଛି।

ଆସନ୍ତାକାଲି ମାନେ  ୨୯ ଓ ୩୦ତାରିଖ ପାଇଁ  ପାଇଁ ପାଣିପାଗ ବିଭାଗ ୟୋଲୋ ୱାର୍ଣ୍ଣିଙ୍ଗ ଜାରି କରିଛି। ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ସୋନପୁର, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ନୂଆଁପଡ଼ା, ବରଗଡ଼, ବଲାଙ୍ଗୀର, କଳାହାଣ୍ଡିରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିଭଳି ଜୁଲାଇ ୩୧ରୁ ଅଗଷ୍ଟ ୧ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ ଓ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

   Related Posts