LIVE TV

ପାଣିପାଗ ବିଭାଗର ଆଲର୍ଟ, ରାଜ୍ୟରେ ଆସନ୍ତା ତିନି ଦିନ ପ୍ରବଳ ବର୍ଷା !

NEWS7
Weather_12

ଭୁବନେଶ୍ୱର ୦୭।୧୦ : ଆସନ୍ତା ୩ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ପଶ୍ଚିମ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ଦିନ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ାକଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ  ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେହିଭଳି ୮, ୯ ଓ ୧୦ ତାରିଖରେ ଆଭ୍ୟନ୍ତରୀଣ  ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି  ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି । ସୋମବାର  ପାରାଦୀପରେ ସର୍ବାଧିକ ୭୦ମିମି ବର୍ଷା ହୋଇଛି।