ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ, ଆସନ୍ତା ୪୮ ଘଣ୍ଟା ଧରି ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
6/07/2019 at 9:41 AM

ଭୁବନେଶ୍ବର ୬|୭: ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ । ଉତ୍ତର ପଶ୍ଟିମ ବଙ୍ଗୋପସାଗର ଓ ପଶ୍ଟିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏଥିସହ ଦକ୍ଷିଣ ଛତିଶଗଡରେ ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ଉପରୋକ୍ତ କ୍ଷେତ୍ର ସହ ମିଶିଥିବାରୁ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଧରି ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, ବରଗଡ, ବଲାଙ୍ଗୀର, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡିଶାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।
ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ୭ ତାରିଖ ଯାଏ ସମୁଦ୍ରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ପାଣିପାଗ ବିଭାଗ । ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଓଡିଶା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।