ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ଆଗାମୀ ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୮ଜିଲ୍ଲାକୁ ଅରେଞ୍ଜ ଓ ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

11/07/2022 at 4:15 PM

ଭୁବନେଶ୍ବର ୧୧।୭: ଓଡିଶାର ଦକ୍ଷିଣ ପ୍ରାନ୍ତରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଛି । ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଅଧିକ ବର୍ଷା କରାଇବ । ତେବେ ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

୧୨ ତାରିଖ ସକାଳ ଯାଏଁ ୮ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୮ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ସମ୍ଭାବନା ରହିଛି । ୮ ଜିଲ୍ଲା ହେଲା- କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡା ଓ ମାଲକାନଗିରି ।

ସେହିଭଳି ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ଯୋଗୁଁ ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ରହୁଛି ।

   Related Posts