ଭୁବନେଶ୍ୱର ୩୦।୦୯ : ମଙ୍ଗଳବାର ଅଷ୍ଟମୀରେ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ଉତ୍ତର  ଓଡ଼ିଶା ଓ ସଂଲଗ୍ନ ବଙ୍ଗୋପସାଗରରେ ନବମୀରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ  ମଙ୍ଗଳବାରଠୁ ବର୍ଷା ବଢ଼ିବ। ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାରେ ହାଲୁକାରୁ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

ମଙ୍ଗଳବାର ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବାର  ସମ୍ଭାବନା ରହିଛି । ୩୦ରୁ ୪୦ କିଲୋମିଟର  ବେଗରେ ପବନ ବହିବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁରବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡିକନ୍ଧମାଳ, ନବରଙ୍ଗପୁର, ରାୟଗଡ଼ାକୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ାକଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ାବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ କରାଯାଇଛି । ଏହି ଜିଲ୍ଲାର ଗୋଟିଏକୁ  ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପୂର୍ବାନୁମାନ  କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

ବୁଧବାର ମଧ୍ୟ ମାଲକାନଗିରି, କୋରାପୁଟରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ  ବର୍ଷା ହେବା ସହ ପବନ, ବଜ୍ରପାତର ପୂର୍ବାନୁମାନ  କରାଯାଇଛି । ପୁରୀ, ନୟାଗଡ଼, ଖୋର୍ଦ୍ଧା, ସୋନପୁରବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ  ଆଦି ଜିଲ୍ଲାରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା  ହେବାର ସମ୍ଭାବନା ରହିଛି । ସେହିପରି ଦଶହରା  ଦିନ ରାଜ୍ୟରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା  ହେବ । କିନ୍ତୁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ାକୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତିକଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧାପୁରୀ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ଅତି  ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏଥିଲାଗି  ଏସବୁ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଗୁରୁବାର ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିରକଳାହାଣ୍ଡି, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି  ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।