ରାଜ୍ୟର ୩୩ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ, ସୁମଦ୍ର ପତନ ଠାରୁ ୩.୧ କି.ମି. ଉପରେ ରହିଛି ଘୂର୍ଣ୍ଣିବଳୟ

Published By : Prameya-News7 Bureau | October 05, 2022 IST

ଭୁବନେଶ୍ୱର, ୦୫/୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧୀରେ ଧୀରେ ଦୁର୍ବଳ ହେଉଛି ।  ଲଘୁଚାପଟି ଦକ୍ଷିଣ ଓଡିଶା ସହ ଆନ୍ଧ୍ର ଉପକୂଳରେ ରହିଛି । ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଆଉ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା। ଭଦ୍ରକ ତିହିଡିରେ ସର୍ବାଧିକ ୧୩୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ୩୩ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ସୁମଦ୍ର ପତନ ଠାରୁ ୩.୧ କିଲୋମିଟର ଉପରେ ଘୁର୍ଣ୍ଣିବଳୟ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.