ଭୁବନେଶ୍ୱର: ରାଜ୍ୟକୁ ପୁଣି ଆସୁଛି ବଡ଼ ବର୍ଷା । ଉତ୍ତର ଓଡ଼ିଶା ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଉପକୂଳ ଓ ଉତ୍ତର ଓଡ଼ିଶା ପାଇଁ ସତର୍କତା ଜାରି କରାଯାଇଛି।

ଉତ୍ତର ଓଡ଼ିଶା ସଂଲଗ୍ନ ଅଞ୍ଚଳରେ ଏବେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ଯୋଗୁଁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି।

ଆସନ୍ତା ଦିନରେ ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହ ଉପକୂଳ ଓ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ଭୀଷଣ ବର୍ଷା ହୋଇପାରେ। ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂଜାରି କରାଯାଇଛି।

also read- ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ, ହୋଇପାରେ ଅବପାତ ! ଏହି ସବୁ ଜିଲ୍ଲାକୁ ବେଶି ବିପଦ

ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ, ସହରାଞ୍ଚଳରେ ଜଳଜମା ଏବଂ ନଦୀ-ନାଳର ଜଳସ୍ତର ବଢ଼ିବାର ଆଶଙ୍କା ରହିଛି। ତେଣୁ ଆବଶ୍ୟକ ନଥିଲେ ଘରୁ ବାହାରକୁ ନଯିବା ସହ ପାଣିପାଗ ବିଭାଗର ସତର୍କ ସୂଚନା ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।

ତେବେ ଲଘୁଚାପର ପ୍ରଭାବ କେତେ ତୀବ୍ର ହେବ ଓ କେଉଁ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ, ସେନେଇ ପାଣିପାଗ ବିଭାଗର ସୂଚନା ଉପରେ ସମସ୍ତଙ୍କ ନଜର ରହିଛି।