ଲଘୁଚାପର ରୂପ ନେଉଛି ଘୂର୍ଣ୍ଣିବଳୟ ; ପ୍ରଭାବରେ ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | September 18, 2018 IST

ଭୁବନେଶ୍ବର ୧୮|୯: ଲଘୁଚାପର ରୂପ ନେଉଛି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୧ ତାରିଖରୁ ଲଘୁଚାପ ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅଭିମୁଖେ ଗତି କରିବ । ୨୨ ତାରିଖ ବେଳକୁ ଓଡ଼ିଶାରେ ପାଗ ଶୁଖିଲା ରହିବ। ଉତ୍ତର ଓଡ଼ିଶାର ମୟୂରଭଞ୍ଜ ସମେତ ନୟାଗଡ଼ ଖୋର୍ଦ୍ଧା, ପୁରୀ, କଟକ, ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୧୮ ତାରିଖରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ଗଜପତି, ମାଲକାନଗିରି, ରାୟଗଡ଼ା ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ସେହିଭଳି ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ଉପକୂଳ ଓଡ଼ିଶା ସମେତ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି, କଳାହାଣ୍ଡି, କୋରାପୁଟ, କନ୍ଧମାଳ, ବାଲେଶ୍ବର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲ୍ଲାରେ ଭିଷଣ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.