ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ, ଆହୁରି ଦୁଇ ଦିନ ପ୍ରବଳ ବର୍ଷିବ

Published By : Prameya-News7 Bureau | September 04, 2019 IST

ଭୁବନେଶ୍ବର ୪: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆହୁରି ଦୁଇ ଦିନ ବର୍ଷିବ । ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ।

ଆଜି ନୂଆପଡା, ନବରଙ୍ଗପୁର, କଳହାଣ୍ଡି, ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, କନ୍ଧମାଳ,ଜଗତସିଂହପୁର, କେନ୍ଦ୍ରାପଡା, ସୁନ୍ଦରଗଡ, ବରଗଡ, ଝାରସୁଗୁଡା  ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.