ଆସୁଛି ଆଉ ଏକ ଲଘୁଚାପ : ଆଜିଠୁ ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
18/07/2019 at 10:11 AM

ଭୁବନେଶ୍ବର ୧୮|୭: ବଙ୍ଗୋପସାଗର ଉପରେ ଓଡିଶା ଉପକୂଳକୁ ଲାଗି ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି । ୪୮ ଘଂଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ଆଜିଠୁ ୩ ଦିନ ଧରି ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସମୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର କେତେକ ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ଜନିତ ବର୍ଷା ହୋଇପାରେ ।
ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦୁଝର ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୯ ଓ ୨୦ ତାରିଖରେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଓ ସମ୍ବଲପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।