୧୦ତାରିଖରୁ ପୁଣି ବର୍ଷା : ଦେବଗଡ, ସୁନ୍ଦରଗଡ, କେନ୍ଦୁଝର, ମାଲକାନଗିରି, କୋରାପୁଟ ଆଦି ଜିଲ୍ଲାରେ ପ୍ରବଳ ବର୍ଷା

Published By : Prameya-News7 Bureau | July 08, 2019 IST

ଭୁବନେଶ୍ବର ୮/୭: ରାଜ୍ୟରେ ଏବେ ମୌସୁମୀ ସକ୍ରୀୟ ରହିଛି । ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବ । ୧୦ତାରିଖରୁ ପୁଣି ବଢିବ ବର୍ଷାର ପରିମାଣ । ୧୧ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ ।

ଦେବଗଡ, ସୁନ୍ଦରଗଡ, କେନ୍ଦୁଝର, ମାଲକାନଗିରି, କୋରାପୁଟ ଆଦି ଜିଲ୍ଲାରେ ଅଧିକା ବର୍ଷା ହେବ । ତେବେ ୨ ଦିନ ଯାଏ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଝିପିଝିପି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚିଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.