ଭୁବନେଶ୍ୱର ୧୬।୦୬ : ସୋମବାର ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ମଙ୍ଗଳବାର ମଧ୍ୟ ଏହି ସବୁ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ ।
ଏବେ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୁଳ ରହିଛି । ତେବେ ୧୮ ଦିନ ଧରି ମୌସୁମୀ ଅଟକି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଏହା ପୁଣି ସକ୍ରିୟ ହେବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ସୋମବାର ସମ୍ବଲପୁର, ଦେବଗଡ଼, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗିରରେ ଅଧିକ ବର୍ଷା ହୋଇପାରେ । ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼ ଓ ସମ୍ବଲପୁରରେ ଅଧିକ ବର୍ଷା ସମ୍ଭାବନା ଅଛି ।