ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ; ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | October 29, 2018 IST

ଭୁବନେଶ୍ବର ୨୯|୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପର ଏବେ ଉତ୍ତର ପଶ୍ଚିମ ଦିଗରେ ଘନୀଭୂତ ହେବାରେ ଲାଗିଛି । ଲଘୁଚାପ ପ୍ରଭାବରେ ଉତ୍ତର ଓଡିଶା ଏବଂ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି । ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ମଙ୍ଗଳବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି। ସାରା ଓଡିଶାରେ ଆକାଶ ମେଘାଚ୍ଛନ୍ନ ରହୁଥିବାରୁ ଓ ପବନ ବହୁଥିବାରୁ ରାତିରେ ଥଣ୍ଡା ଅନୁଭୂତ ହେଉଛି । ଆଭ୍ୟନ୍ତରୀଣ ଓଡିଶାରେ ଏହାର ପ୍ରଭାବରେ ସାମାନ୍ୟ ଥଣ୍ଡା ପଡିଛି । ୩୧ ତାରିଖ ପରଠାରୁ ଆକାଶ ନିର୍ମଳ ରହିବ । ଏହାପରେ ଥଣ୍ଡାର ପରିମାଣ ବଢିପାରେ ବୋଲି ଆଶଙ୍କା କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.