ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ

Published By : Prameya-News7 Bureau | August 13, 2018 IST

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭୁବନେଶ୍ବରରେ ବର୍ଷା ଆରମ୍ଭ ହୋଇଗଲାଣି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆସନ୍ତା ୭୨ ଘଣ୍ଟା ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ । ଏହାକୁ ଆଖିରେ ରଖି SRCଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି । ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ SRC ନିର୍ଦ୍ଦେଶ ଦେଇଛନ୍ତି । ୯ଟି ଜିଲ୍ଲା ଗଞ୍ଜାମ, ପୁରୀ, ନୟାଗଡ, କନ୍ଧମାଳ, ସମ୍ବଲପୁର, ବୌଦ୍ଧ, ଜଗତସିଂହପୁର, କଟକ, ଖୋର୍ଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୮ ଜିଲ୍ଲା-କଳାହାଣ୍ଡି, ରାୟଗଡା, ଗଜପତି, ଅନୁଗୋଳ, କେନ୍ଦ୍ରାପଡା, ଦେବଗଡ, ସୁନ୍ଦରଗଡ, ବରଗଡରେ ପ୍ରବଳ ବର୍ଷା ସମ୍ଭାବନା । ଏହି ସମୟରେ ୫୦ ରୁ ୬୦ କିଲୋମିଟର ବେଗରେ ପବନ ବୋହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ସେପଟେ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବିଏମସି କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ୧୪ ଓ ୧୫ ତାରିଖ ଦୁଇ ଦିନ ଛୁଟି ବାତିଲ କରିଛନ୍ତି ବିଏମସି କମିସନର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.