ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ

Published By : Prameya-News7 Bureau | September 20, 2023 IST

ଭୁବନେଶ୍ୱର ୨୦।୦୯: ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର. ଯାଜପୁର, କେନ୍ଦ୍ରାପଡା, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ ଓ ୨୧ରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ଗୁରୁବାର ପଶ୍ଚିମ ଓଡିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ୯ ଜିଲ୍ଲା ସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଣୁ ଏହିସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୨୧ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷାଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

wp:embed {"url":"https://www.prameyanews7.com/indias-mens-and-womens-team-jerseys-unveiled-for-the-asian-games/","type":"wp-embed","providerNameSlug":"prameya-news-7"}
https://www.prameyanews7.com/indias-mens-and-womens-team-jerseys-unveiled-for-the-asian-games/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.