ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ସାରା ରାଜ୍ୟ : ଆଜି ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା

25/10/2019 at 8:14 AM

ଭୁବନେଶ୍ବର ୨୫।୧୦:  ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ଓଡ଼ିଶା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପାଇଁ ଏଭଳି ସ୍ଥିତି ଉପୁଜିଛି । ଆଜି ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଜାରି ରହିଛି । କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ଅତିପ୍ରବଳ ବର୍ଷା ଆଶଙ୍କା ଥିବା କେନ୍ଦୁଝର, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ,  ଯାଜପୁର, କେନ୍ଦ୍ରପଡ଼ା, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ ଓ ଗଜପତି ଏହି ଜିଲ୍ଲାମାନଙ୍କୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୪୮ ଘଣ୍ଟା ପରେ ପାଣିପାଗରେ ପରିବର୍ତ୍ତନ ଆସିପାରେ ।

ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାସହିତ ବଙ୍ଗୋପସାଗର ଉପରେ ଏକ ଟ୍ରପ୍ ଲାଇନ୍ ଯାଇଥିବାରୁ ପ୍ରବଳ ବର୍ଷା ଲାଗି ରହିଛି । ତେବେ ରାଜ୍ୟରେ ବନ୍ୟା ଭୟ ନଥିବା ଏସଆରସି କହିଛନ୍ତି । ଦୁଇ ଦିନର ଲଗାଣ ବର୍ଷାରେ ୫ଟି ଜିଲ୍ଲାରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଥିବା ବେଳେ ୪୮ଟି ବ୍ଲକ୍ ପ୍ରଭାବିତ ହୋଇଛି । ବର୍ଷା ଯୋଗୁଁ କିଛିଟା ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଥିବା ଏସଆରସି କହିଛନ୍ତି ।  ଜିଲ୍ଲାପାଳଙ୍କୁ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ୧୦୦ ମିମିରୁ ଅଧିକ ବର୍ଷା ହୋଇଛି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକରେ ସର୍ବାଧିକ ୨୪୯.୪ ମିମି ବର୍ଷା ହୋଇଥିବା ବେଳେ ଚିଲିକା ବ୍ଲକରେ ୨୦୩ ମିମି ବର୍ଷା ହୋଇଛି। ପୁରୀରେ ସର୍ବାଧିକ ୧୩୮.୩ ମିମି ବର୍ଷା ହୋଇଥିବା ବେଳେ ଗଞ୍ଜାମରେ ୧୨୫.୨, ଖୋର୍ଦ୍ଧାରେ ୧୦୫.୭, ଗଜପତିରେ ୧୦୦.୬ ଓ ଜଗତସିଂହପୁରରେ ୧୦୦ ମିମି ବର୍ଷା ରେକର୍ଡ କରାଯାଇଛି। ୪୬ରୁ ଅଧିକ ବ୍ଲକରେ ୧୦୦ ମିମିରୁ ଅଧିକ ବର୍ଷା ହୋଇଛି।

   Related Posts