ଫିକା ପଡ଼ିବ ଗଣେଶ ପୂଜା ! ୫ ଦିନ ଯାଏଁ ପ୍ରବଳ ବର୍ଷା ନେଇ ଓ୍ୱାର୍ଣ୍ଣିଂ
17/09/2023 at 6:18 PM

ଭୁବନେଶ୍ୱର,୧୭/୯: ଓଡ଼ିଶାକୁ ପୁଣି ଭଲ ବର୍ଷା। ଆଜିଠୁ ୫ ଦିନ ଯାଏ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୨୧ ଯାଏଁ ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୫ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆସନ୍ତା ମଙ୍ଗଳବାର (୧୯ ତାରିଖ) ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅଧିକାଂଶ ଜିଲ୍ଲାରେ ଗଣେଶ ପୂଜା ଫିକା ପଡ଼ିବା ଆଶଙ୍କା ହୋଇଛି।
୧୭ ତାରିଖରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ: ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେଉଁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡା ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି। ତେବେ ଗଜପତି, ଗଞ୍ଜାମ, ରାୟଗଡା, କନ୍ଧମାଳ, କଟକ, ଢେଙ୍କାନାଳ, ଯାଜପୁର ଓ କେଉଁଝରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୧୮ ତାରିଖରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ: ବର୍ଷା ଓ ବିଜୁଳି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ ଓ କେଉଁଝର ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ନୟାଗଡ଼, ରାୟଗଡା, କୋରାପୁଟ, ମାଲକାନଗିରି ଢେଙ୍କାନାଳ ଜିଲ୍ଲାର ଗୋଟିଏ ଓ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୧୯ ତାରିଖରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ: ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେଉଁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ନବରଙ୍ଗପୁର ଓ ମାଲକାନାଗିରିକୁ ବର୍ଷା ଓ ବିଜୁଳି ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ଅଧିକ ପଢନ୍ତୁ- ଆସୁଛି ଆଉ ଏକ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଲର୍ଟ
ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ନବରଙ୍ଗପୁର ଓ ମାଲକାନାଗିରି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୨୦ ତାରିଖରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ: ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନାଗିରି, ବାଲେଶ୍ୱର ମୟୁରଭଞ୍ଜ, କେଉଁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଓ କଟକକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

୨୧ ତାରିଖରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ: ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ନେଇ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, କେଉଁଝର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁରକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
