vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଦୁର୍ବଳ ହେବାରେ ଲାଗିଛି ଲଘୁଚାପ, ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

9/08/2019 at 9:13 AM

ଭୁବନେଶ୍ବର ୯|୮: ଦୁର୍ବଳ ହେବାରେ ଲାଗିଛି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ।  ଏହା ଏବେ ମଧ୍ୟପ୍ରଦେଶ ମୁହାଁ ହୋଇଥିବା ଏହି ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ଦୁର୍ବଳ ହୋଇଯିବ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବିଶେଷ କରି ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗିର, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୨ ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର ଓ କେନ୍ଦ୍ରୀୟ ପଶ୍ଚିମ ଓଡ଼ିଶାରେ ବର୍ଷା ବଢିବ । ସେପଟେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ସବୁ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି ।

   Related Posts