Retail icon award
Retail icon award
728*90
728*90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ଘୁର୍ଣ୍ଣିବଳୟ ; ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

29/10/2018 at 9:13 AM

ଭୁବନେଶ୍ବର ୨୯|୧୦: ପଶ୍ଚିମ କେନ୍ଦ୍ର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ମଙ୍ଗଳବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି। ସେପଟେ ଲଘୁଚାପଜନିତ ବର୍ଷାର ମୁକାବିଲା ପାଇଁ ସତର୍କ ରହିବାପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଏସଆରସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ରାତିରୁ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲାର ଘଡଘଡି ସହ ବର୍ଷା ହେବ।

   Related Posts