୨୬ ଯାଏଁ ରାଜ୍ୟରେ କାଁ ଭାଁ ବର୍ଷା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

Published By : Prameya-News7 Bureau | August 22, 2023 IST

ଭୁବନେଶ୍ୱର ୨୨।୦୮: ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା । ୨୨ରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ସବୁ ଜିଲ୍ଲାକୁ ୟେଲ୍ଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ସେହିପରି ୨୩ ତାରିଖରେ କଳାହାଣ୍ଡି, କନ୍ଧମାଳ, ଗଜପତି, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼ ଜିଲ୍ଲାରେ ଭାରୀବର୍ଷା ନେଇ ସତର୍କତା ଜାରି କରାଯାଇଛି । ଆଗାମୀ ୨୪ରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲ୍ଲା ଘଡ଼ଘଡି ସହ ବର୍ଷା ନେଇ ସତର୍କତା ଜାରି କରିଛି। ସେହିଭଳି ୨୫ ଓ ୨୬ ତାରିଖରେ ବର୍ଷାର ବିସ୍ତୃତି ସାମାନ୍ୟ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

wp:embed {"url":"https://www.prameyanews7.com/sourav-ganguly-reaction-on-number-4-batter/","type":"wp-embed","providerNameSlug":"prameya-news-7"}
https://www.prameyanews7.com/sourav-ganguly-reaction-on-number-4-batter/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.