ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ତିଆରି ହେଉଥିବା ଅଟ୍ଟାଳିକାର ଉଚ୍ଚତା ନିର୍ଦ୍ଧାରଣ ହେବ: ଅରବିନ୍ଦ ପାଢୀ

Published By : Prameya-News7 Bureau | May 26, 2025 IST

ପୁରୀ: ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ସୋମବାର ଏକ ଉଚ୍ଚସ୍ତରୀୟ ପ୍ରଶାସନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିବା ଏହି ବୈଠକରେ ଶ୍ରୀମନ୍ଦିର ପରିଚାଳନା କମିଟି ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଯେଉଁଥିରୁ ଗୋଟିଏ ହେଉଛି ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ତିଆରି ହେଉଥିବା ଅଟ୍ଟାଳିକାର ଉଚ୍ଚତା ନିର୍ଦ୍ଧାରଣ ହେବ। 

ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ପରିକ୍ରମା ପ୍ରକଳ୍ପ ବାହାରେ ବହୁ ବଡ଼ ବଡ଼ ଅଟ୍ଟାଳିକା ଗଢ଼ି ଉଠିଛି । ସେମାନେ ନିଜସ୍ବ ଢଙ୍ଗରେ ଅଟ୍ଟାଳିକା ସବୁ ନିର୍ମାଣ କରୁଛନ୍ତି । ଶ୍ରୀଗୁଣ୍ଡିଚା ମନ୍ଦିର ଚାରିପାଖରେ ବି ସୁ-ଉଚ୍ଚ ଅଟ୍ଟାଳିକା ନିର୍ମାଣ ଚାଲିଛି । ଆମେ ଏନେଇ ନଗର ଉନ୍ନୟନ ବିଭାଗକୁ ଅବଗତ କରାଇବୁ । ଅଟ୍ଟାଳିକାଗୁଡ଼ିକର ଉଚ୍ଚତା ନିର୍ଦ୍ଧାରଣ ପାଇଁ ସରକାରଙ୍କୁ ଚିଠି ଲେଖିବୁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି । 

ଏହାଛଡ଼ା ଶ୍ରୀମନ୍ଦିର ସମ୍ପର୍କିତ ସମସ୍ତ ଶବ୍ଦାବଳୀକୁ ନେଇ ‘ପାଟେଣ୍ଟ’ କରାଯିବ। ଶବ୍ଦାବଳୀକୁ ନେଇ ‘ପାଟେଣ୍ଟ’ ହେଉଛି ଏକ ଆଇନଗତ ବ୍ୟବସ୍ଥା ବୋଲି ମନ୍ଦିରର ମୁଖ୍ୟ ପ୍ରଶାସକ କହିଛନ୍ତି।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.