LIVE TV

ଉଚ୍ଚ ଶଦ୍ଦ ସଂପନ୍ନ ବାଣ ଫୁଟାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ, ମଦ ପିଇ ଗାଡ଼ି ଚଳାଇଲେ ଅଟକ ରହିବେ ଚାଳକ

NEWS7
heritage-of-bakulban-will-be-preserved-and-restored

ଭୁବନେଶ୍ବର ୧୮।୧୦: ଦୀପାବଳିରେ ଭୁବନେଶ୍ୱରରେ ରାତି ୯ଟା ପରେ ବାଣଫୁଟା ବନ୍ଦ । ଏ ନେଇ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଭୁବନେଶ୍ୱର ଡିସିପି ଜଗମୋହନ ମୀନା । ଉଚ୍ଚ ଶଦ୍ଦ ସଂପନ୍ନ ବାଣ ଫୁଟାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କଡ଼ା ତାଗିଦ କରିଛନ୍ତି ଡିସିପି ।

ତେବେ ଦୀପାବଳିରେ ଗ୍ରୀନ୍ ବାଣ ଫୁଟାଇବା ପାଇଁ ପୋଲିସ ଅନୁରୋଧ କରିଛି । ସେହିଭଳି ମଦ ପିଇ ଗାଡ଼ି ଚଳାଇଲେ ଅଟକ ରହିବେ ଚାଳକ । ଗାଡ଼ିକୁ ଜବତ କରି ନେଇଯିବ PCR ଭ୍ୟାନ୍ । ସବୁ ଥାନାରେ ପାଟ୍ରୋଲିଂ ଭ୍ୟାନ୍ ଆଲର୍ଟ ପାଇଁ ଡିସିପିଙ୍କ ନିର୍ଦ୍ଦେଶ ରହିଛି । ବେଆଇନ ବାଣ ବିକିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମଧ୍ୟ ଡିସିପି କହିଛନ୍ତି ।