ହାଇକୋର୍ଟରେ ଓଟିଏମ୍ ପୁନରୁଦ୍ଧାର ମାମଲା, ୧୧୫ କୋଟି ଦେବାକୁ ନିର୍ଦ୍ଦେଶ

Published By : Prameya-News7 Bureau | September 15, 2022 IST

କଟକ : ହାଇକୋର୍ଟରେ ଓଟିଏମ୍ ପୁନରୁଦ୍ଧାର ମାମଲା । ଅକ୍ଟୋବର ୧୮ରେ ପରବର୍ତ୍ତୀ ଶୁଣାଣି । ୧୧୫ କୋଟି ଟଙ୍କା ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଆସନ୍ତା ମାସ ୧୫ ସୁଦ୍ଧା ଟଙ୍କା ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ଅଫିସିଆଲ୍ ଲିକ୍ୟୁଡେଟରଙ୍କ ନିକଟରେ ଟଙ୍କା ଜମା କରିବେ ରାଜ୍ୟ ସରକାର ।

ଉଲ୍ଲେଖଯୋଗ୍ୟ ଯେ, ଏକଦା ରାଜ୍ୟର ବୟନଶିଳ୍ପ କ୍ଷେତ୍ରରେ ଅଗ୍ରଣୀ ସରକାରୀ ଉତ୍ପାଦନକାରୀ ଓଟିଏମ୍‌ ପରିଚାଳନାଗତ ତ୍ରୁଟି ଲାଗି ତାର ଗୌରବ ହରାଇଥିଲା । ଆର୍ଥିକ କ୍ଷତି ଯୋଗୁଁ ଏହା ବନ୍ଦ ହେବା ସହ ଶ୍ରମିକ ଅଶାନ୍ତି ଜାରି ରହିଥିଲା । ତେବେ କଟକ ଚୌଦ୍ୱାରରେ ସ୍ଥାପିତ ଏହି ଟେକ୍ସଟାଇଲ୍‌ ମିଲ୍‌କୁ ପୁଣି ସକ୍ରିୟ କରିବାକୁ ଦାବି ହୋଇଆସୁଥିବା ବେଳେ ଏବେ ହାଇକୋର୍ଟଙ୍କ ରାୟ ଏହାର ଭବିଷ୍ୟତ ନିର୍ଦ୍ଧାରଣ କରିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.