Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

୧୦୯ କୋଟି ଟଙ୍କାର ଚିଟ୍‌ଫଣ୍ଡ ଠକେଇ ମାମଲା, ଆଉ ଜଣେ କାର୍ପଟଦାରଙ୍କ ଜାମିନ୍‌ ଆବେଦନ ଖାରଜ

18/02/2023 at 7:25 AM

କଟକ ୧୮।୦୨ : ଚିଟ ଫଣ୍ଡ କେଳେଙ୍କାରୀର ଆଉ ଜଣେ କାର୍ପଟଦାରଙ୍କ ଜାମିନ ଖାରଜ କଲେ ହାଇକୋର୍ଟ । ୧୦୯ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ଗିରଫ ହୋଇଥିବା ସମ୍ବନ୍ଧ ଫିନସର୍ଭ ପ୍ରାଇଭେଟ ଲିମିଟେଡର ଏମଡି ଦୀପକ କିଣ୍ଡୋଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ।

ପୂର୍ବତନ ଆଇଏଏସ୍ ଅଧିକାରୀ ସ୍ୱର୍ଗତ ଲିଭନସ କିଣ୍ଡୋଙ୍କ ପୁଅ ଦୀପକ କିଣ୍ଡୋଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା। ତାଙ୍କୁ ସୁନ୍ଦରଗଡ଼ ଜିଲ୍ଲା ତଲସରା ଥାନା ଲୁଲୁଡ଼ିହାରୁ ଗିରଫ କରାଯାଇଥିଲା। ଦୀପକ କିଣ୍ଡୋ ଦୀର୍ଘ ଦିନ ଧରି ଫେରାର ଥିଲେ। ତାଙ୍କ ନାଁରେ ଲୁକ ଆଉଟ ସର୍କୁଲାର୍ ମଧ୍ୟ ଜାରି କରାଯାଇଥିଲା। ପୂର୍ବରୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ଦୀପକଙ୍କ ପତ୍ନୀ ଅମୃତା କୁମାରୀଙ୍କୁ ମଧ୍ୟ ଗିରଫ କରିଥିଲା । ଏହା ୩୮୯ କୋଟିର ସ୍କାମ ବୋଲି କୁହାଯାଉ ଥିଲେ ମଧ୍ୟ ୧୦୯ କୋଟି ଟଙ୍କାର ରେଜିଷ୍ଟ୍ରେସନ ହୋଇଥିବା ଜଣାଯାଇଛି। ଭୁବନେଶ୍ବରର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଅନ୍ନପୂର୍ଣ୍ଣା ଫାଇନାନ୍ସ ପ୍ରାଇଭେଟ୍ ଲିମିଟେଡ୍ ଲିଖିତ ଅଭିଯୋଗ ଆଧାରରେ ଉକ୍ତ ମାମଲା ପଞ୍ଜିକୃତ ହୋଇଛି।

   Related Posts