Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଶକ୍ତିଶାଳୀ ହେବ ନୌସେନା: ୧୧ ପାଟ୍ରୋଲିଂ ଭାସେଲ ଓ ୬ ମିସାଇଲ୍ ଭାସେଲ କିଣିବାକୁ ୧୯ ହଜାର କୋଟିର ଡିଲ୍‌
  • ||
  • ବୁଲେଟ ଟ୍ରେନ୍ ପ୍ରକଳ୍ପ ପାଇଁ ଭାରତକୁ ୧୮,୭୫୦ କୋଟି ଓଡିଏ ଋଣ ଦେଲା ଜାପାନୀ ସଂସ୍ଥା
  • ||
  • ପ୍ରତିରକ୍ଷା ମନ୍ତ୍ରାଳୟ ଓ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ୍ ମଧ୍ୟରେ ୫,୪୯୮ କୋଟିର ଚୁକ୍ତି ସ୍ୱାକ୍ଷରିତ; EW କିଣିବ ଭାରତୀୟ ସଶସ୍ତ୍ର ବଳ
  • ||
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||

୨୦୨୧ ଏସଆଇ ନିଯୁକ୍ତିରେ ହାଇକୋର୍ଟଙ୍କ ରହିତାଦେଶ; ମାର୍ଚ୍ଚ ୯ରେ ମାମଲାର ପରବର୍ତୀ ଶୁଣାଣି

10/02/2023 at 9:46 PM

କଟକ ୧୦/୦୨: ୪୭୭ ପୋଲିସ ସବଇନ୍ସପେକ୍ଟର ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ। ୨୦୨୧ରେ ଓଡିଶା ପୋଲିସ ସବ ଇନ୍ସପେକ୍ଟର ନିଯୁକ୍ତି ଲାଗି ଯେଉଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା, ତା ଉପରେ ହାଇକୋର୍ଟ ଆଜି ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି। ଅନ୍ୟ ଆଦେଶ ପର୍ଯ୍ୟନ୍ତ ସମ୍ପୃକ୍ତ ବିଜ୍ଞପ୍ତିରେ କୌଣସି ପଦକ୍ଷେପ ଗ୍ରହଣ ନକରିବାକୁ ହାଇକୋର୍ଟ ବାରଣ କରିଛନ୍ତି। ସମ୍ପୃକ୍ତ ବିଜ୍ଞପ୍ତି କୁ କାହିଁକି ରଦ୍ଧ କରାନଯିବ ସେନେଇ ରାଜ୍ୟ ସରକାରଙ୍କୁ ଜବାବ ଦେବାକୁ ଶୁକ୍ରବାର କୋର୍ଟ ନୋଟିସ ଜାରି କରିଛି। ଆସନ୍ତା ମାର୍ଚ୍ଚ ୯ରେ ମାମଲାର ପରବର୍ତୀ ଶୁଣାଣି ହେବ ବୋଲି କୁହାଯାଇଛି।

ସୂଚନାଥାଉକି, ୨୦୨୧ ଜୁନ ୨୨ରେ ୪୭୭ଟି ପୋଲିସ ଏସଆଇ ପୋଷ୍ଟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପ୍ରାର୍ଥୀମାନଙ୍କ ପାଇଁ ବୟସ ସୀମା ୩୨ ରହିଥିଲା। କିନ୍ତୁ ୨୦୨୨ ମସିହା ଜାନୁୟାରୀ ୧୧ରେ ରାଜ୍ୟ ସରକାର ଏକ ବିଜ୍ଞପ୍ତି ଜରିଆରେ ସ୍ପଷ୍ଟ କଲେ ଯେ, ସମସ୍ତ ସରକାରୀ ଚାକିରୀ ପାଇଁ ବୟସ ସୀମା ୩୮କୁ ବଢ଼ାଯାଇଛି। ପୁଣି ସେହି ଜାନୁୟାରୀ ମାସ ୧୫ରେ ଆଉ ଏକ ବିଜ୍ଞପ୍ତିରେ ସରକାର ସ୍ପଷ୍ଟ କଲେଯେ, ୨୦୨୧ରେ ପ୍ରକାଶ ପାଇଥିବା ନିଯୁକ୍ତି ବିଜ୍ଞପ୍ତିରେ ଯେଉଁମାନେ ଆବେଦନ କରିଛନ୍ତି ସେମାନଙ୍କ ପାଇଁ ବୟସ କୋହଳ ହେବ ନାହିଁ।ଫଳରେ ଏହାକୁ ଚ୍ୟାଲେଞ୍ଜ କରି କିଛି ପ୍ରାର୍ଥୀ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ।

   Related Posts