oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

୧୧ ହଜାର ୪୦୩ ଶିକ୍ଷକ ନିଯୁକ୍ତି ପାଇଁ ଖୋଲିଲା ବାଟ, ରହିତାଦେଶ ହଟାଇଲେ ହାଇକୋର୍ଟ

21/07/2022 at 8:27 PM

କଟକ, ୨୧/୦୭: ଖୁବଶୀଘ୍ର ନିଯୁକ୍ତି ପାଇବେ ୧୦ ହଜାରରୁ ଉର୍ଦ୍ଧ୍ୱ ହାଇସ୍କୁଲ ଶିକ୍ଷକ । ଶିକ୍ଷକ ନିଯୁକ୍ତି ନେଇ ଯେଉଁ ଆଇନ୍ ଗତ ପ୍ରତିବନ୍ଧକ ଥିଲା, ତାହା ହଟିଛି । ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ଏକାଧିକ ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ । ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ କୌଣସି ଅନିୟମିତତା ହୋଇନଥିବା ହାଇକୋର୍ଟ ତାଙ୍କ ରାୟରେ ଦର୍ଶାଇଛନ୍ତି । ଗତବର୍ଷ ଡ଼ିସେମ୍ବର ମାସରେ ଠିକା ଭିତ୍ତିକ ଶିକ୍ଷକ ନିଯୁକ୍ତି ପାଇଁ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । କିନ୍ତୁ ସ୍ଥାନ ସଂରକ୍ଷଣକୁ ନେଇ ତ୍ରୁଟି ରହିଥିବାର ଅଭିଯୋଗ ହୋଇଥିଲା ଏବଂ ନିଯୁକ୍ତି ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆଣି ହାଇକୋର୍ଟରେ ଏକାଧିକ ମାମଲା ଦାୟର ହୋଇଥିଲା ।

ଯାହା ଉପରେ ଶୁଣାଣୀ କରି ଗତ ମେ ମାସରେ ଶିକ୍ଷକ ନିଯୁକ୍ତି ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ । ତେବେ ସମସ୍ତ ପକ୍ଷଙ୍କୁ ଶୁଣିବା ପରେ କୋର୍ଟ ନିଜ ରାୟରେ ଏହା ଉଲ୍ଲେଖ କହିଛନ୍ତି ଯେ, ସ୍ଥାନ ସଂରକ୍ଷଣ କିମ୍ବା ନିଯୁକ୍ତି ପ୍ରକ୍ରିୟାରେ କୌଣସି ତ୍ରୁଟି ନାହିଁ । ତେଣୁ ଶିକ୍ଷକ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ସମସ୍ତ ଆବେଦନକୁ ଖାରଜ କରାଯାଉଛି ।

   Related Posts