previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶୁକ୍ରବାର ବଜାର ମାନ୍ଦା, ଲାଲ୍ ରଙ୍ଗରେ ଖୋଲିଲା ନିଫ୍ଟି ଓ ସେନସେକ୍ସ
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୫୬୧ କରୋନା ପଜିଟିଭ୍
  • ||
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ହୋମ୍‌ଗାର୍ଡଙ୍କ ଭତ୍ତା ବୃଦ୍ଧି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

19/08/2020 at 6:16 PM

କଟକ ୧୯/୮: ହୋମଗାର୍ଡଙ୍କ ଦୈନିକ ଭତ୍ତା ୫୩୩ ଟଙ୍କାକୁ ବଢାଇଵା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଗତ ଫେବୃଆରୀ୨ ତାରିଖରେ ହୋମଗାର୍ଡଙ୍କ ଭତ୍ତା ବଢାଇବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ଭତ୍ତାକୁ ୨୦୧୬ ମସିହା ଡିସେମ୍ବର ମାସରୁ ପିଛିଲା ଭାବେ ଦେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ସରକାର ଏହାକୁ ଲାଗୁ ନକରିବାରୁ ହୋମଗାର୍ଡ ଆସୋସିଏସନ ପକ୍ଷରୁ ଅଦାଲତ ଅବମାନନା ମାମଲା ଦାୟର ହୋଇଥିଲା। ସେପଟେ ସରକାର ମଧ୍ୟ ଅଦାଲତରେ ରିଭ୍ୟୁ ପିଟିସନ ଦାଖଲ କରିଥିଲେ । ମାମଲାର ବିଚାର କରି ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ ସରକାରଙ୍କ ପିଟିସନକୁ ଖାରଜ କରି ଦେଇଛନ୍ତି। ଏହା ସହ ହୋମଗାର୍ଡ ମାନଙ୍କୁ ଦୈନିକ ୫୩୩ଟଙ୍କା ଭତ୍ତା ଦେବା ପାଇଁ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି । ୨୦୨୦ମସିହା ଜାନୁଆରୀ ରୁ ଏହି ଭତ୍ତା ପିଛିଲା ଭାବେ ଦେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ପ୍ରାୟ ୧୭ହଜାର ହୋମଗାର୍ଡ ଉପକୃତ ହେଵେ।

   Related Posts