ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ବରିଷ୍ଠ ନେତାଙ୍କ ଗଳା କାଟି ହତ୍ୟା; ସୁନା ଦୋକାନ ବନ୍ଦ କରି ଫେରୁଥିବା ବେଳେ ଆକ୍ରମଣ

1/02/2023 at 6:26 PM

ଚେନ୍ନାଇ: ବରିଷ୍ଠ ରାଜନେତାଙ୍କୁ ଗଳାକାଟି ହତ୍ୟା। ତାମିଲନାଡୁର ରାଜନୈତିକ ଦଳ ହିନ୍ଦୁ ମକ୍କାଲ କାଚିର ବରିଷ୍ଠ ନେତା ମଣିକନ୍ଦନଙ୍କୁ ଗତକାଲି ରାତିରେ ମଦୁରାଇ ଠାରେ ଗଳାକାଟି ହତ୍ୟା କରାଯାଇଛି। ଗତକାଲି ବିଳମ୍ବିତ ରାତ୍ରିରେ ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରି ଫେରାର୍ ହୋଇଯାଇଥିବା ସୁଚନା ମିଳିଛି।

ମିଳିଥିବା ସୂଚନା ଅନୁସାରେ, ଦକ୍ଷିଣ ଜିଲ୍ଲାରେ ଦଳର ଉପମୁଖ୍ୟ ମଣିକନ୍ଦନ ଗତକାଲି ରାସ୍ତାରେ ଯାଉଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇଥିଲେ। ସମସ୍ତେ ମିଶି ତାଙ୍କ ଉପରେ ଆକ୍ରମଣ କରିଥିଲେ। ତାଙ୍କୁ ଗଳା କାଟି ହତ୍ୟା କରିବା ପରେ ଘଟଣା ସ୍ଥଳରୁ ଫେରାର୍ ହୋଇଯାଇଥିଲେ।

୪୦ ବର୍ଷୀୟ ମଣିକନ୍ଦନଙ୍କର ମଦୁରାଇର ଏମ୍‌କେ ନଗର ଠାରେ ଏକ ସୁନା ଦୋକାନ ରହିଛି। ମଙ୍ଗଳବାର ରାତିରେ ସେ ତାଙ୍କ ଦୋକାନ ପାଖରେ ଚାଲୁଥିବା ବେଳେ ଦୁଇ ଦୁର୍ବୃତ୍ତ ପଛରୁ ଆସି ତାଙ୍କ ଏକ ଦାଆରେ ତାଙ୍କ ବେକ କାଟିଦେଇଥିଲେ। ଏହାପରେ ସେମିତି ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ରାସ୍ତାରେ ଛାଡ଼ି ଚାଲିଯାଇଥିଲେ। ଏହାପରେ ମଣିକନ୍ଦନଙ୍କୁ ରାଜାଜୀ ସରକାରୀ ହସ୍‌ପିଟାଲ୍‌କୁ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଛି।  

ଏହି ଘଟଣାରେ ଜୟହିନ୍ଦପୁରମ ପୁଲିସ ଏକ ମାମଲା ଦାୟର କରି ତଦନ୍ତ ଚଳାଇଛି। ତେବେ ହତ୍ୟା ବ୍ୟକ୍ତିଗତ ଶତ୍ରୁତାକୁ ନେଇ ହୋଇଛି କି ରାଜନୈତିକ ଶତ୍ରୁତାକୁ ନେଇ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ସେହିପରି ଦୁର୍ବୃତ୍ତମାନଙ୍କୁ ଗିରଫ କରିବା ତ ଦୂରର କଥା ଚିହ୍ନଟ ବି କରିପାରି ନାହିଁ।  

   Related Posts