Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ସୋମବାର ଖୋଲିବ ହୀରାକୁଦ ଜଳଭଣ୍ଡାର, ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ: ଆଲର୍ଟରେ ୧୨ ଜିଲ୍ଲାର ଜିଲ୍ଲାପାଳ

16/07/2022 at 12:33 PM

ସମ୍ବଲପୁର ୧୬/୦୭: ଆସନ୍ତା ୧୮ ତାରିଖରେ ଖୋଲିବ ହୀରାକୁଦ ଜଳଭଣ୍ଡାର। ୧୮ ତାରିଖରେ ଦିନ ୧୧ଟାରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ଆଜି ନିର୍ଦ୍ଦେଶନାମା ଜଳଭଣ୍ଡାର କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ଏନେଇ ଆଜି ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ଡ୍ୟାମ କର୍ତ୍ତୃପକ୍ଷ। ଏନେଇ ଶାଖା ନଦୀ ଫୁଲି ଉଠିବାର ସମ୍ଭାବନା ଥିବାରୁ ନଦୀକୁ ଯିବାକୁ ବାରଣ କରାଯାଇଛି।

ସୂଚନା ମୁତାବିକ, ଶୁକ୍ରବର ଏବର୍ଷ ପ୍ରଥମ କରି ଇନଫ୍ଲୋ ୨ ଲକ୍ଷ କ୍ୟୁସେକ୍‌ ଅତିକ୍ରମ କରିଛି । ଶୁକ୍ରବାର ରାତି ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରକୁ ୨ ଲକ୍ଷ ୧୩ ହଜାର୭୭୯ କ୍ୟୁସେକ୍‌ ଜଳ ପ୍ରବେଶ କରିଛି । ସେପଟେ, ଜଳସ୍ତର ୬୦୪.୯୫ ଫୁଟ୍‌ରେ ପହଞ୍ଚିଥିବା ବେଳେ ଏହା ଦୁଇଦିନ ମଧ୍ୟରେ ୬୧୦ ଫୁଟ୍‌ ଯାଏ ପହଞ୍ଚିବାର ଆକଳନ କରିଛନ୍ତି ବନ୍ଧ କର୍ତ୍ତୃପକ୍ଷ । ଫଳରେ ସୋମବାର ୧୧ଟା ବେଳେ ମହାନଦୀକୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ।

   Related Posts