Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ହକି ବିଶ୍ୱକପ୍‌ ୨୦୨୩: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ

22/12/2022 at 10:57 PM

ଭୁବନେଶ୍ୱର ୨୨/୧୨: ୨୦୨୩ ପୁରୁଷ ବିଶ୍ବକପ୍‌ ହକି ଆୟୋଜନ ଓ ସୁପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଲୋକସେବା ଭବନର କନ୍‌ଭେନସନ ସେଣ୍ଟରରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରି କ୍ରୀଡ଼ା ମହୋତ୍ସବର ସଫଳତା ପାଇଁ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଛନ୍ତି। ବିଶ୍ବକପ୍‌ ହକି ୨୦୨୩ରେ ଯୋଗ ଦେବାକୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ହକି ବିଶ୍ବକପ୍‌ ପ୍ରସ୍ତୁତିରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଭାରତ ସରକାରଙ୍କୁ  ବିଶେଷ  କରି  ପ୍ରଧାନମନ୍ତ୍ରୀ ନରେନ୍ଦ୍ର  ମୋଦୀଙ୍କୁ  ଧନ୍ୟବାଦ ଜଣାଇଥିଲେ।  ହକି ବିଶ୍ଵ କପ୍‌ ଆୟୋଜନରେ କେବଳ ଓଡ଼ିଶା  ନୂହେଁ  ସାରା  ଦେଶର  ସମ୍ମାନ ଜଡିତ। ସେଥିପାଇଁ  ସମସ୍ତଙ୍କୁ ମିଳିମିଶି  କାମ କରିବାକୁ  ମୁଖ୍ୟମନ୍ତ୍ରୀ  ଅନୁରୋଧ କରିଛନ୍ତି। କ୍ରୀଡ଼ା ମନ୍ତ୍ରୀ ଶ୍ରୀ ତୃଷାରକାନ୍ତି ବେହେରା  ଏହି ବୈଠକକୁ ସଂଯୋଜନା କରିଥିଲେ।

ଆଲୋଚନାରେ ଭାଗ ନେଇ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ନିୟମିତ ଦ୍ବିତୀୟ ଥର ବିଶ୍ବକପ୍‌ର ଆୟୋଜନ ସାରା ବିଶ୍ବରେ ଓଡ଼ିଶାର ପ୍ରତିଷ୍ଠା ବଢ଼ାଇଛି ବୋଲି ମତ ଦେଇ କ୍ରୀଡ଼ାର ଏହି ଉନ୍ନତି ଦିଗରେ ସରକାରଙ୍କ ଉଦ୍ୟମକୁ ସାଧୁବାଦ ଜଣାଇଛନ୍ତି ।

ଏଥିରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇ ଏଭଳି ଆୟୋଜନ ପାଇଁ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିବା ସହ ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନର ଶତବାର୍ଷିକୀ ଉତ୍ସବ ୨୦୩୬ ଅବସରରେ ଯେପରି ଓଡିଶାରୁ ୧୦୦ ଅଲମ୍ପିଆନ ବାହାରିପାରିବେ, ସେନେଇ ସମସ୍ତେ ମିଳିମିଶି କାମ କରିବା ଉଚିତ ବୋଲି  କହିଛନ୍ତି। ଏହାଛଡ଼ା କ୍ରମାଗତଭାବେ ଦୁଇ ଥର ବିଶ୍ବକପ୍‌ ହକି ଆୟୋଜନ ଭଳି ବିରଳ ଘଟଣାକୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ଦେବା, ଉଭୟ ଭୁବନେଶ୍ବର-ରାଉରକେଲାର ସ୍ବଚ୍ଛତା ପାଇଁ ନାଗରିକମାନଙ୍କୁ ସାମିଲ କରିବା, ସ୍ଥାନୀୟ ଓଡ଼ିଆ ଖେଳର ପ୍ରସାର କରିବା, ରାଉରକେଲା-ଭୁବନେଶ୍ବର ରେଳପଥକୁ ହକି ପାଇଁ ବ୍ରାଣ୍ଡିଂ କରିବା ଆଦି ବିଭିନ୍ନ ସୁଚିନ୍ତିତ ମତାମତ ଦେଇ କେନ୍ଦ୍ର ସରକାରଙ୍କ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି ।

ସର୍ବଦଳିୟ ବୈଠକର ଆଲୋଚନାରେ ଭାଗ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ରାଜ୍ୟର ସବୁ ଜିଲ୍ଲାରେ ହକି ଷ୍ଟାଡିଅମ ତିଆରି କରିବାକୁ ପ୍ରସ୍ତାବ ଦେଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ଦଳର ଉପସଭାପତି ସନ୍ତୋଷ ସିଂ ସାଲୁଜା, ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ଓ ଦେବୀପ୍ରସାଦ ମିଶ୍ର, ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ସିପିଆଇର ସାଧାରଣ ସମ୍ପାଦକ ରାମକୃଷ୍ଣ ପଣ୍ଡା, ବିଧାୟକ ତାରାପ୍ରସାଦ ବାହିନୀପତି, ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସିପିଆର ଅଳିକିଶୋର ପଟ୍ଟନାୟକ, ଅଭୟ ସାହୁ, ସମାଜବାଦୀ ପାର୍ଟିର ରାଜ୍ୟ ସଭାପତି ରବି ବେହେରା, ଆପ୍‌ର ରାଜ୍ୟ ଆବାହକ  ନିଶିକାନ୍ତ ମହାପାତ୍ର, ଆରଜେଡି ସଭାପତି ହେମନ୍ତ କୁମାର ପ୍ରମୁଖ ଭାଗ ନେଇ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଛନ୍ତି।

କ୍ରୀଡା ସଚିବ ଶ୍ରୀ ଆର. ଭିନିଲକ୍ରିଷ୍ଣା ୨୦୨୩ ଜାନୁଆରି ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ୧୭ ଦିନିଆ ଭବ୍ୟ କ୍ରୀଡ଼ା ମହୋତ୍ସବର ପ୍ରସ୍ତୁତି ଓ ବିଭିନ୍ନ କାର୍ଯ୍ୟକ୍ରମର ବିସ୍ତୃତ ବିବରଣୀ ବୈଠକରେ ଉପସ୍ଥାପନା କରିଥିଲେ ।ଏଥିରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଉପସ୍ଥିତ ରହି ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।

   Related Posts