AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ହକି ବିଶ୍ୱକପ୍‌ ଉଦଘାଟନୀ ଉତ୍ସବ, ଦୁଲୁକିବ କଟକର ବାରବାଟୀ ଷ୍ଟାଡିୟମ

11/01/2023 at 7:55 AM

କଟକ/ଭୁବନେଶ୍ୱର ୧୧।୦୨ : ଆଜି ହକି ବିଶ୍ବକପର ଉଦଘାଟନୀ ଉତ୍ସବ। ଐତିହାସିକ ବାରବାଟୀ ଷ୍ଟାଡିୟମ ଇତିହାସରେ ଯୋଡ଼ି ହେବାକୁ ଯାଉଛି ଆଉ ଏକ ନୂଆ ଅଧ୍ୟାୟ। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ପୁରୁଷ ହକି ବିଶ୍ବକପ୍ ଶୁଭାରମ୍ଭ ଉତ୍ସବ ଦେଖିବ ସାରା ବିଶ୍ବ।

ତେବେ ଉଦଘାଟନୀ ସନ୍ଧ୍ୟାରେ ମୁଖ୍ୟ ଆକର୍ଷଣ ସାଜିବେ ବଲିଉଡ୍ ଷ୍ଟାର୍ ଆଇକନ୍ ଅଭିନେତା ରଣବୀର ସିଂ ଓ ଅଭିନେତ୍ରୀ ଦିଶା ପଟ୍ଟାନୀ । ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ପ୍ରୀତମଙ୍କ ମ୍ୟୁଜିକ୍ ରେ ଝୁମିବେ ଦର୍ଶକ । ପ୍ରଥମ ଥର କଟକରେ ଦେଖିବାକୁ ମିଳିବ ଅତ୍ୟାଧୁନିକ ଡ୍ରୋନ୍ ଶୋ। କଟକ ଆକାଶରେ ଏକକାଳୀନ ୫ଶହ ଡ୍ରୋନ୍ ଉଡ଼ିବା ସହ ଚିକମିକ୍ ଆଲୁଅରେ ହକି ବିଶ୍ବକପ୍ ସମ୍ବନ୍ଧୀୟ ଚିତ୍ର ପ୍ରଦର୍ଶନ କରାଯିବ। ବାରବାଟୀରେ ରାଜ୍ୟ କ୍ରୀଡ଼ା ବିଭାଗର ପ୍ରତ୍ୟକ୍ଷ ତତ୍ବାବଧାନରେ ଉଦଘାଟନୀ ଉତ୍ସବ ଲାଗି ଏକ ଅତ୍ୟାଧୁନିକ ମଞ୍ଚ ପ୍ରସ୍ତୁତ କରାଯାଇଛି। ଆଜି ଦିନ ୩ଟା ୩୦ରୁ ଆରମ୍ଭ ହେବ କାର୍ଯ୍ୟକ୍ରମ। ଉଦଘାଟନୀ ଉତ୍ସବ ପାଇଁ ପ୍ରାୟ ୩୦ହଜାର ଦର୍ଶକଙ୍କ ଲାଗି ବ୍ୟବସ୍ଥା କରାଯାଇଛି। ଟିକେଟ୍ ଓ ପାସ୍ ପାଇଥିବା ଦର୍ଶକମାନେ ଦିନ ୨ଟାରୁ ବାରବାଟୀ ଷ୍ଟାଡିୟମରେ ପ୍ରବେଶ କରିପାରିବେ।

ତେବେ ଦର୍ଶକମାନେ ଷ୍ଟାଡିୟମ ଭିତରକୁ କୌଣସି ଖାଦ୍ୟପଦାର୍ଥ, ପାଣି ବୋତଲ କିମ୍ବା ଖୁଚୁରା ପଇସା ନେଇପାରିବେ ନାହିଁ। ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିବ ବାରବାଟୀ ଷ୍ଟାଡିୟମ। ସୁରକ୍ଷାରେ ନିୟୋଜିତ ହୋଇଛନ୍ତି ୫୦ ପ୍ଲାଟୁନ୍ ଫୋର୍ସ ଏବଂ ୨ଶହ ଅଫିସର। ସେହିପରି ହକି ବିଶ୍ବକପ୍ ର ଉଦଘାଟନୀ ଉତ୍ସବ ପାଇଁ ଆଜି ସମଗ୍ର ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି। ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ରହିବ। ପିଲାମାନେ ଉଦଘାଟନୀ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ସରକାର ।

ସେପଟେ ବିଶ୍ବକପ୍ ହକି ଟ୍ରଫି ସାରାରାଜ୍ୟରେ ବୁଲିବା ପରେ କଟକରେ ପହଞ୍ଚିଛି। ଟ୍ରଫି ଜଗତସିଂହପୁରରୁ ଆସି ବିଦ୍ୟାଧରପୁରରେ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇ ଜବାହରଲାଲ ଇଣ୍ଡୋର ଷ୍ଟାଡିୟମକୁ ଅଣାଯାଇଛି। ଆଜି ଟ୍ରଫିକୁ ବାଲିଯାତ୍ରା ପଡ଼ିଆର କଟକ ଇନ୍ କଟକକୁ ନିଆଯିବ। ସେଠାରୁ ପ୍ରସ୍ତୁତ ହୋଇଥିବା ଏକ ମଞ୍ଚରେ ଟ୍ରଫିକୁ ଏକଘଣ୍ଟା ପାଇଁ ରଖାଯିବ। କଟକ ଇନ୍ କଟକରୁ ସକାଳ ୮ଟାରେ ଏକ ଶୋଭାଯାତ୍ରାରେ ଟ୍ରଫିକୁ ସହର ପରିକ୍ରମା ପାଇଁ ନିଆଯିବ।

   Related Posts