LIVE TV

ସମ୍ଭାବ୍ୟ ବାତ୍ୟା ପାଇଁ ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ, ମୁଖ୍ୟାଳୟ ନଛାଡ଼ିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

NEWS7
Rain Alert

ବ୍ରହ୍ମପୁର ୨୫୧୦: ଗଞ୍ଜାମରେ ଛୁଟି ବାତିଲ ।  ସମ୍ଭାବ୍ୟ ବାତ୍ୟା ପାଇଁ ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ କରାଯାଇଛି । ମୁଖ୍ୟାଳୟ ଛାଡ଼ି କେହି ନ ଯିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଭାରତୀୟ ପାଣିପାଗ ବିଭାଗ, ଭୁବନେଶ୍ବର ଦ୍ୱାରା କରାଯାଇଥିବା ପାଣିପାଗ ପୂର୍ବାନୁମାନ ଅନୁଯାୟୀ, ଗଞ୍ଜାମ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ଯାହା ଫଳରେ ୨୫ରୁ ୩୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି

ଏହାକୁ ଦୃଷ୍ଟିରେ ରଖି ଏବଂ ଜରୁରିକାଳୀନ ପରିସ୍ଥିତିର ମୁକାବିଲା କରିବା ପାଇଁ  ଜିଲ୍ଲାର ଅଧିକାରୀମାନେ ୨୫ ରୁ ୩୦ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ନ ଛାଡିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶନାମା ଜାରି ରହିଛି ।

​​​​​​​