ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା : ଭାବବିହ୍ବଳ ପରିବେଶରେ ଆରମ୍ଭ ହେଲା ରଥ ଟଣା

Published By : Prameya-News7 Bureau | July 05, 2025 IST

ପୁରୀ ୫।୭: ବିଶ୍ବ ପ୍ରସିଦ୍ଧ ବାହୁଡ଼ା ଯାତ୍ରା । ଜନ୍ମବେଦୀରେ ସରିଛି ଲୀଳାଖେଳା । ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଗୁଣ୍ଡିଚା ମନ୍ଦିର ଛାଡ଼ି ଶ୍ରୀମନ୍ଦିର ଅଭିମୁଖେ ଯାଉଛନ୍ତି ମହାପ୍ରଭୁ । ଉଛୁଳି ପଡ଼ୁଛି ବଡ଼ଦାଣ୍ଡ, ଭାବବିହ୍ବଳ ପରିବେଶରେ ଗଡ଼ିଲା ୩ ରଥ । ଆଗେ ଆଗେ ପ୍ରଭୁ ବଳଭଦ୍ର, ମଝିରେ ଭଉଣୀ ସୁଭଦ୍ରା, ପଛରେ ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ । 

ଧାର୍ଯ୍ୟ ସମୟ ଠାରୁ ପ୍ରାୟ ୧ ଘଣ୍ଟା ଆଗରୁ ରଥ ଟଣା ଆରମ୍ଭ ହୋଇଛି । ଭକ୍ତିମୟ ପରିବେଶ ମଧ୍ୟରେ ବଡ଼ଠାକୁର ଶ୍ରୀବଳଭଦ୍ର ମହାପ୍ରଭୁଙ୍କ ତାଳଧ୍ୱଜ ରଥ ଟଣା ହେଉଛି । 

ସେହିଭଳି ଭାବମୟ ପରିବେଶରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥଟଣାର ଅପୂର୍ବ ଦୃଶ୍ୟ ଦେଖିବାକୁ ମିଳିଛି । ସେହିଭଳି ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ ମଧ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣାର ଦିବ୍ୟ ଦୃଶ୍ୟ ଶ୍ରଦ୍ଧାଳୁଙ୍କ ମନ ମୋହୁଛି ।

ରଥ ଟାଣିବାକୁ ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଗହଳିଚହଳି ଲାଗିଛି । ସୁରକ୍ଷା ଦୃଷ୍ଟିରୁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

You Can Read:

ମାଉସୀ ମା’ ମନ୍ଦିରରେ ଶ୍ରୀ ଶ୍ରୀ ହରିବଳଦେବ ଜୀଉଙ୍କ ସୁନାବେଶ, ଦୁଇ ଦିନ ଧରି ଅନୁଷ୍ଠିତ ହେବ ବାହୁଡ଼ା ଯାତ୍ରା

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.