ଶନିବାର ରାଶିଫଳ : ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | May 01, 2020 IST

ମେଷ – ଉଦାର ପ୍ରକୃତିର ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ସହ କୃଷି କର୍ମକାରୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ଦାନଶୀଳ ଏବଂ ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।

ବୃଷ – ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋଭାବର ହୋଇପାରନ୍ତି । ମଧୁରଭାଷୀ,ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କ ଠାରୁ ଆଦର ଭକ୍ତି ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ମିଥୁନ - ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହେବେ । ଦାମ୍ପତ୍ୟ ସୁଖ ମିଳିବ । ମିତ୍ର ସୁଖ ଲାଭ କରିପାରନ୍ତି । ବ୍ୟବସାୟ ଅଧିକ ଲାଭଜନକ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।

କର୍କଟ – କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବା ସହ ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

ସିଂହ – ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ ପୀଡା ସାମୟିକ ଭାବେ ଭୋଗ କରିପାରନ୍ତି । ଅଧିକାଂଶ ସମୟ ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୯ ।

କନ୍ୟା – ସୁସ୍ଥ ଓ ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳମନା ହେବେ । ବିଭାଗୀୟ ସ୍ତରରେ ସମ୍ମାନିତ ହେବାର ସୂଚନା ମିଳୁଛି । ଗୃହ ଓ ଯାନବାହନ ସୁଖ ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

ତୁଳା – କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । କୁଳଦୀପକ ଓ ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ ନାହିଁ । ପରିବାର ପ୍ରତି ସ୍ନେହଭାବ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ବିଛା – ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ ବିଦ୍ୱାନ୍‌, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଧନୁ – ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । କେତେକ କ୍ଷେତ୍ରରେ ମିତ୍ରମାନେ କରଛଡା ଦେଇପାରନ୍ତି । ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ମକର – ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରିବେ । ବ୍ୟବସାୟ ଲାଭଜନକ ହେବ । ସାମାଜିକ କ୍ଷେତ୍ରରେ ସେବା ମନୋଭାବାପନ୍ନ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୭ ।

କୁମ୍ଭ - ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ,ଶ୍ରଦ୍ଧାଭାବ ରହିବ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିକ୍ଷେତ୍ରରେ ସୁଚାରୁ ରୂପରେ କାର୍ଯ୍ୟ ସଂପାଦନ କରି ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

ମୀନ - ଚଞ୍ଚଳମନା ସ୍ୱଭାବର ହେବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଲାଭ ଉଠାଇ ପାରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.