ବୁଧବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 21, 2020 IST

ମେଷ – ଉତ୍ତମ ଗୁଣଯୁକ୍ତ ନୀତିନିଷ୍ଠ ଓ ବିନୀତ ସ୍ୱଭାବର ହେବେ । ଭେଦ ନୀତି ଗ୍ରହଣ କରିପାରନ୍ତି । ଚତୁର ଓ ଧନଯୁକ୍ତ ହେବେ । କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବୃଷ – କାର୍ଯ୍ୟରେ ସଫଳତା ଲାଭ କରିବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ସରକାରୀ ସ୍ତରରୁ ଲାଭବାନ୍ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
କର୍ମଜୀବି- ବଦଖର୍ଚ୍ଚୀ ହେବେ ।
ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

ମିଥୁନ - ଶାନ୍ତ, ନିପୁଣ ଓ ମେଧାବୀ ହେବେ । ବିଦ୍ୱାନ୍‌, ଜିତେନ୍ଦ୍ରିୟ ଓ ଦୟାଳୁ ସ୍ୱଭାବର ହୋଇପାରନ୍ତି, ମାତ୍ର ଧନହୀନ ହେବା ଆଶା କରାଯାଏ । କାର୍ଯ୍ୟ ପ୍ରତି ଅନାଗ୍ରହୀ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ସମ୍ମାନ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କର୍ମଜୀବି- ଶୁଭ ସମୟ ଉପସ୍ଥିତ ।

ର୍କକଟ – ସୁକର୍ମା ହେବେ । ଗୁପ୍ତଧନ ପାଇପାରନ୍ତି । ଚିନ୍ତାଧାରା ଉତ୍ତମମାନର ହେବ । ସାତ୍ତ୍ୱିକ ଭୋଜନ ମିଳିବ । ସରକାରୀ କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖୀ ହେବେ ।

ସିଂହ – ବିପଦ ଦୁର ହେବ, ମାତ୍ର କାର୍ଯ୍ୟରେ ସଫଳତା ମିଳିବା କଷ୍ଟସାଧ୍ୟ ହେବ । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଗୃହିଣୀ- ଉଦାର ପ୍ରକୃତିର ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଚାଷୀ- ସପରିବାର ସହ ସମୟ ବିତାଇବେ ।

କନ୍ୟା – ସ୍ୱାଧୀନ ଭାବରେ କାର୍ଯ୍ୟ ସମ୍ପାଦନ କରିବାରେ ସକ୍ଷମ ହେବେ । ସର୍ବଦା ସମୃଦ୍ଧ ରହିବେ । ନିଧିପ୍ରାପ୍ତ ହୋଇପାରନ୍ତି । ସୁହୃଦଙ୍କ ସମର୍ଥନ ପାଇ ପ୍ରଫୁଲ୍ଲିତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା – ସୁଖ-ସମ୍ମାନ ଲାଭ କରିବେ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ବଦଖର୍ଚ୍ଚୀ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ବିଛା – ବିନୟୀ ହେବେ । ଶ୍ରେଷ୍ଠତ୍ୱର ପରିଚୟ ଦେବେ । ସନ୍‌-ମାର୍ଗୀ ହୋଇପାରନ୍ତି । କାର୍ଯ୍ୟରେ ସଫଳତା ମିଳିବ । ଅଧିକ କ୍ଷମତା ହାସଲ କରି ତା’ର ସଦ୍ ବ୍ୟବହାର କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଧନୁ – ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ସାଧନାରେ ସିଦ୍ଧି ଲାଭ କରିବେ । ଶତ୍ରୁଘାତୀ ହୋଇପାରନ୍ତି । ସତ୍ୟବାଦୀ ହେବେ । ସୁଗୁଣ ସମ୍ପନ୍ନ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ମକର – ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ । ସୁଖକର ଘଟଣାମାନ ଘଟିବ । କର୍ମରେ ସଫଳତା ମିଳିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କୁମ୍ଭ - ଆପଣଙ୍କ ଇଚ୍ଛା ଓ ବରାଦରେ କାର୍ଯ୍ୟ ହେବ । ଭ୍ରମଣ ଯୋଗ ଅଛି । ଅଜାତ ଶତ୍ରୁ ହେବେ । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ - କାର୍ଯ୍ୟରେ ଆଗ୍ରହୀ ହେବେ । ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ସମାଚାର ପାଇ ଆଶ୍ୱସ୍ତ ହେବେ । ବିତ୍ତବାନ୍ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ଉଦାର ପ୍ରକୃତିର ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
କର୍ମଜୀବି- ଶୁଭ ସମୟ ଉପସ୍ଥିତ ।
ଛାତ୍ରଛାତ୍ରୀ- ତେଜସ୍ୱୀ ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- କୃଷି କର୍ମକାରୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.