ଜାଣନ୍ତୁ ଆଜିର ରାଶିଫଳ

Published By : Prameya-News7 Bureau | January 23, 2020 IST

ମେଷ – ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧମପ୍ରାପ୍ତିର ସୂଚନା ମିଳୁଛି । ବିଭିନ୍ନ ଦିଗରୁ ଆର୍ଥିକ ସ୍ରୋତ ବହିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୫ । ବୃଷ – ସନ୍ତାନ ଉଦାର ସ୍ୱଭାବର ହେବ । ଦାନଶୀଳ ହୋଇପାରନ୍ତି । ବ୍ୟକ୍ତି ବିଶେଷ ଭାବେ ସାମାଜିକ ସ୍ତରରେ ଆଦରଣୀୟ ହୋଇପାରନ୍ତି । କୃଷି କର୍ମକାରୀ ଓ ଆଦର ପ୍ରେମୀ ଏବଂ ବୁଦ୍ଧିମାନ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ । ମିଥୁନ - କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଧର୍ମପରାୟଣ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ବ୍ୟବସାୟରୁ ଅଧିକ ଧନଲାଭ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୭ । କର୍କଟ – ଲୋଭଗ୍ରସ୍ତ ହୋଇପାରନ୍ତି । ଧର୍ମପରାୟଣ ଓ ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୧ । ସିଂହ – ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଆୟ ଆଶାନୁରୂପ ହେବ । ରଣାଙ୍ଗନରେ ବୀରତ୍ୱର ପରିପ୍ରକାଶ ଘଟାଇପାରନ୍ତି । ମାଲି-ମୋକଦ୍ଦମାରେ ବିଜୟୀ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୪ । କନ୍ୟା – କାର୍ଯ୍ୟ କରି ଚାଲିବେ, ମାତ୍ର ତାହା କଷ୍ଟ ସାଧ୍ୟ ହେବ । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ସରଳ, ମଧୁର ଭାଷା ପ୍ରୟୋଗ କରି ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ । ତୁଳା – ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୬ । ବିଛା – ପରିଶ୍ରମ ଅଧିକ ହେଲେ ବି, ତା’ର ମୂଲ୍ୟ ମିଳିବ । ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ଯଶ ଅର୍ଜନ କରି ଆତ୍ମତୃପ୍ତି ଲାଭ କରିବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୭ । ଧନୁ – ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେ ସମୟ ବିତାଇପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଉଦ୍ୟୋଗୀ ହେବେ । ଶାନ୍ତି ମିଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ । ମକର – ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ରହିବାକୁ ପଡିବ । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟରୁ ଲାଭବାନ୍‌ ହେବ । ଜଳଯାତ୍ରା ନ କରିବା ବୁଦ୍ଧିମାନର କାର୍ଯ୍ୟ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ । କୁମ୍ଭ - ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ ନାହିଁ । ସମାଜ ସେବା ପ୍ରତି ନିଷ୍ଠାପର ହେବେ । ନିଜ ଉଦ୍ୟମରେ ଚାଲୁ ରଖିଥିବା କାର୍ଯ୍ୟ ପାଇଁ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ । ମୀନ - କାର୍ଯ୍ୟରେ ସହ ଯୋଗ ପାଇବା ପାଇଁ ଅପେକ୍ଷା କରିବାକୁ ପଡିବ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ଶତ୍ରୁହନ୍ତା ହୋଇପାରନ୍ତି । ମାନସିକ ଶାନ୍ତି ଫେରିପାଇବେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୯ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.