ଅଗଷ୍ଟ ୧୦ ତାରିଖ, ରବିବାର ; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

Published By : Prameya-News7 Bureau | August 10, 2025 IST

ମେଷ- ପ୍ରତିରୋଧର ଶିକାର ହୋଇପାରନ୍ତି । ବନ୍ଧୁମାନଙ୍କ ସହ ଭ୍ରମଣରେ ଯାଇପାରନ୍ତି। ବ୍ୟବସାୟୀମାନଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରଦାନ କରିବ । ଅଙ୍ଗରେ ଆଘାତ ଲାଗିବା ଭଳି ସମସ୍ୟା ଦେଖା ଦେଇପାରେ । ଛାତ୍ରଛାତ୍ରୀମାନେ ନିଜର ଲୁଚିଥିବା ପ୍ରତିଭାକୁ ଆଗକୁ ଆଣିବେ ।

ବୃଷ- କୃଷ୍ଣ ପକ୍ଷ ଚତୁର୍ଥ ଚନ୍ଦ୍ର ରହିଥିବାରୁ ଆର୍ଥିକ ସମସ୍ୟା ଦେଖା ଦେଲେ ମଧ୍ୟ ପରିଶ୍ରମର ଫଳ ନିଶ୍ଚିନ୍ତ ପ୍ରାପ୍ତି ହେବ। ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତରେ ରହିବେ। ଦମ୍ପତିଙ୍କ ପାଇଁ ଦିନଟି ବହୁତ ଶୁଭ ରହିଛି । ଛାତ୍ରଛାତ୍ରୀଙ୍କ ପାଇଁ ପରିଶ୍ରମ ନେଇ ଫଳ ପ୍ରାପ୍ତି ।

ମିଥୁନ- କର୍ମଚଞ୍ଚଳ ହୋଇ କାର୍ଯ୍ୟ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତିର ଯୋଗ ରହିବ । ମନରେ କିଛି ନୂଆ କରିବାର ଇଚ୍ଛା ଜାଗ୍ରତ ହେବ। ଜରୁରୀ ବସ୍ତୁ କ୍ରୟ କରିପାରନ୍ତି । ପ୍ରେମ ସମ୍ପର୍କରେ ଅନେକ ଖୁସି ଲାଭ କରିପାରନ୍ତି । ଅଣ୍ଟା ବ୍ୟଥା ଭଳି କିଛି ସମସ୍ୟା ଦେଖା ଦେଇପାରେ ।

କର୍କଟ- ରାଶିକୁ ଘାତ ଚନ୍ଦ୍ର । କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଦେଖା ଦେଇପାରେ । ସୁଖ ହାନି ଘଟିପାରେ । ଅନେକ କାର୍ଯ୍ୟ ଏକ ସହ ଆସି ପହଞ୍ଚିବା ଯୋଗୁ ନିଜକୁ ଚିନ୍ତିତ ମନେ କରିପାରନ୍ତି । ମାଲି ମୋକଦ୍ଦମାରେ ଜୟଯୁକ୍ତ ହେବେ। ବ୍ୟବସାୟ ମଧ୍ୟମ ଫଳ ଦେବ।

ସିଂହ- ରାଶିକୁ ଶ୍ରୀ ଚନ୍ଦ୍ର ଯୋଗ ରହିଛି । ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି । ଭୂମି କ୍ରୟ କରିବେ । ବ୍ୟବସାୟରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରିପାରନ୍ତି । ଛାତ୍ର ଛାତ୍ରୀମାନଙ୍କର ପାଠରେ ମନ ଲାଗିବ ନାହିଁ। ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀ ମନେ କରିବେ ।

କନ୍ୟା- ଆର୍ଥିକ ସମସ୍ୟାକୁ ନେଇ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟ କରିବା ପୂର୍ବରୁ ଥରେ ପରାମର୍ଶ ନେବା ଆବଶ୍ୟକ । ଭ୍ରମଣ ସମୟରେ ସତର୍କତା ରକ୍ଷା କରନ୍ତୁ । ପ୍ରେମ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟୀଙ୍କ ପାଇଁ  ଦିନଟି ମଧ୍ୟମ ଫଳ ପ୍ରଦାନ କରିବ ।

ତୁଳା- ଦିନଟି ସଫଳତାର ସହ ସଂପୂର୍ଣ୍ଣ ହେବ । ପରୋପକାର କରି ନିଜକୁ ଖୁସି ଅନୁଭବ କରିବେ । ଆର୍ଥିକ ସ୍ଥିତି  ସ୍ୱଚ୍ଛଳ ରହିବ । ଛାତ୍ରଛାତ୍ରୀମାନେ କୃତକାର୍ଯ୍ୟ ହେବେ । ଦମ୍ପତିମାନେ ଆଲୋଚନା କରି କିଛି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି ।

ବିଛା- ନୂଆ ଚାକିରି ପ୍ରାପ୍ତ ହୋଇପାରେ । ଅନେକ ସୁଖ ସମ୍ମାନ ଲାଭର ଯୋଗ ରହିଛି । ଇଚ୍ଛା କରିଥିବା କାର୍ଯ୍ୟ ସଫଳ ହେବ । ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଆଗକୁ ବଢ଼ିବେ । ବ୍ୟବସାୟରେ ଉତ୍ତମ ଫଳ ମିଳିବ । ଧନ ଲାଭର ଯୋଗ ରହିଛି ।

ଧନୁ- ସେବା ପୂଜାରେ ମନୋନିବେଶ କରିବେ । କିଛି ଘଟଣା ଆପଣଙ୍କୁ ଆଶ୍ଚର୍ଯ୍ୟ କରିପାରେ । ବନ୍ଧୁଙ୍କ ଆଗମନ ହେବ। ବାକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ । ବ୍ୟବସାୟରେ ସଫଳତା ମିଳିବ। ମହିଳାମାନେ ଗୃହ କାର୍ଯ୍ୟରେ ଅଧିକ ମନୋନିବେଶ କରିବେ ।

ମକର- ଚିନ୍ତା କରିଥିବା ବିଷୟରେ ପରିବର୍ତ୍ତନ ଆଣିପାରନ୍ତି। ଅହଙ୍କାରର ବଶବର୍ତ୍ତୀ ହୋଇ କିଛି ଭୁଲ ନିଷ୍ପତ୍ତି ନେବେ । କିଛି ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଛାତ୍ରଛାତ୍ରୀ ମାନେ ନୂତନ ଚିନ୍ତାଧାରାର ବଶବର୍ତ୍ତୀ ହେବେ । ମାନସିକ ଯନ୍ତ୍ରଣା ମିଳିପାରେ ।

କୁମ୍ଭ- ସହ କର୍ମୀଙ୍କ ସହ ବିଶେଷ ଆଲୋଚନା କରିବେ । ବ୍ୟବସାୟରେ ବିଶେଷ ଭଲ ଫଳ ପ୍ରାପ୍ତି ହେବ । ପତିପତ୍ନୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି । ସ୍ବାସ୍ଥ୍ୟ ସଂପୂର୍ଣ୍ଣ ସୁସ୍ଥ ରହିବ । ଛାତ୍ରଛାତ୍ରୀମାନେ ଭବିଷ୍ୟତ ଚିନ୍ତାରେ ରହିବେ ।

ମୀନ- ସବୁ କର୍ମରେ ଆପଣ ସଂପୂର୍ଣ୍ଣ ଯୋଗ ଦାନ ଦେବେ । ଅନେକ ବାଧା ବିଘ୍ନର ସାମ୍ନା କରିବାକୁ ପଡ଼ିବ । ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟମ ଫଳ ପ୍ରାପ୍ତ ହେବ । ଉଚ୍ଚ ପଦବୀ ମିଳିବାର ଯୋଗ ଅଛି । ଦମ୍ପତିମାନେ ଖୁସିରେ ଦିନଟି କାଟିବେ।               

ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ 

ଯୋଗାଯୋଗ - 8249826682

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.