previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶୁକ୍ରବାର ବଜାର ମାନ୍ଦା, ଲାଲ୍ ରଙ୍ଗରେ ଖୋଲିଲା ନିଫ୍ଟି ଓ ସେନସେକ୍ସ
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୫୬୧ କରୋନା ପଜିଟିଭ୍
  • ||
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ନୂପୁର ଶର୍ମା ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ ବିଧାନସଭା ହୁଲସ୍ତୁଲ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

2/07/2022 at 1:12 PM

ଭୁବନେଶ୍ୱର ୦୨/୦୭: ଆରମ୍ଭ ହୋଇଛି ବିଧାନସଭା ମୌସୁମୀ ଅଧିବେଶନ । ଗୃହ ଆରମ୍ଭରୁ ଶୋକ ପ୍ରସ୍ତାବ ଆଗତ ପରେ ସ୍ୱାଭାବିକ୍ ଚାଲିଥିଲା ଗୃହକାର୍ଯ୍ୟ । ହେଲେ ନୂପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ ଗୃହରେ ହଙ୍ଗାମା ପରିସ୍ଥିତି ସୃଷ୍ଟି ହୋଇଥିଲା । ନୂପୁରୁ ଶର୍ମାଙ୍କ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହୋଇଥିଲେ ଉଭୟ କଂଗ୍ରେସ ବିଜେପି ।

ଗୃହରେ ନିଜ ନିଜର ଆସନରେ ଛିଡ଼ା ହୋଇ ନାରବାଜି କରିଥିଲେ କଂଗ୍ରେସ ଓ ବିଜେପିର ସଦସ୍ୟ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରସଙ୍ଗ ଉଠାଇ ନିଜର ପ୍ରତିକ୍ରିୟା ରଖିଥିଲେ । ସେ କହିଛନ୍ତି ନୂପୁର ଶର୍ମା ବିଜେପି ଦଳର ମୁଖପାତ୍ର ଅର୍ଥାତ ପାର୍ଟିର ଏଜେଣ୍ଡ । ଗତକାଲି ସୁପ୍ରିମକୋର୍ଟ ତାଙ୍କୁ ଭର୍ତ୍ସନା କରିଛନ୍ତି । ପରୋକ୍ଷରେ ବିଜେପିକୁ ମଧ୍ୟ ଭର୍ତ୍ସନା କରିଛନ୍ତି ।

ତେଣୁ ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ତାଙ୍କ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ । ଏହାକୁ ନେଇ ଗୃହରେ ତମ୍ୱିତୋଫାନ ହୋଇଥିଲା । ପରିସ୍ଥିତି ଏମିତି ହୋଇଥିଲା ଯେ, ଗୃହ ମୁଲତବୀ କରିବାକୁ ବାଧ୍ୟ ହୋଇଥିଲେ ବାଚସ୍ପତି । ଏହାକୁ ଦୃଷ୍ଟିରେ ରଖି ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ କରାଯାଇଛି ।

   Related Posts